ମମିତା ମେହେର ହତ୍ୟା ଘଟଣା: ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ

ଭବାନୀପାଟଣା,୨୨।୧୧(ସ୍ବ.ପ୍ର.): କଳାହାଣ୍ଡି ଜିଲା କେଗାଁ ଥାନା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ଘଟଣାରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଏପରିସ୍ଥଳେ ଏହି ଘଟଣାରେ ଆଉ ଜଣେ ଛାତ୍ରୀଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟରେ ୧୬୪ରେ ଛାତ୍ରୀଙ୍କ ବୟାନ ରେକର୍ଡ କରିଛି ପୋଲିସ। ଏହା ପୂର୍ବରୁ ୧୬୪ରେ ଜଣେ ଛାତ୍ରୀଙ୍କ ସମେତ ୧୦ଜଣଙ୍କ ବୟାନ ରେକର୍ଡ କରାଯାଇଥିଲା। ଅନ୍ୟପକ୍ଷରେ ମମିତା ହତ୍ୟା ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ସ୍କୁଲ ସଭାପତି ଗୋବିନ୍ଦ ସାହୁ ଓ ତାଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡୀ ଗିରଫ ହୋଇ ଏବେ ଜେଲରେ ଅଛନ୍ତି। ଏହି ଘଟଣାରେ ଛନ୍ଦି ହୋଇପଡିଥିବା ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବିରୋଧୀ ଅଟଳ ରହିଛନ୍ତି।