ମମିତା ହତ୍ୟା ମାମଲା: ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ,୩।୧୨: ରାଜ୍ୟ ସରକାର ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଶୁକ୍ରବାର ହାଇକୋର୍ଟରେ ଦାଖଲ କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରିଛନ୍ତି।

ସୂଚନାନୁସାରେ, ମମିତାଙ୍କ ପରିବାର ଲୋକେ ଝିଅକୁ ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଶୀଘ୍ର ତଦନ୍ତ ସାରି ଫାଷ୍ଟଟ୍ରାକ୍‌ କୋର୍ଟରେ ବିଚାର ପାଇଁ ଆବେଦନ କରିଥିଲେ । ଗୃହ ସଚିବ, ଡିଜିପି, ବଲାଙ୍ଗୀ ର ଜିଲାପାଳ ଓ ଏସ୍‌ପିଙ୍କୁ ପକ୍ଷଭୁକ୍ତ ପାଇଁ ଆବେଦନ କରାଯାଇଥିଲା ।
ଲମ୍ବା ସମୟ ଧରି ତଦନ୍ତ ହେବା ଦ୍ୱାରା ମାନସିକ ଚାପରେ ପରିବାର ଲୋକେ ଥିବା କୋର୍ଟରେ ଦର୍ଶାଇଥିଲେ। ତେଣୁ ତ୍ୱରିତ ଶୁଣାଣି ଓ ଫାଷ୍ଟଟ୍ରାକ କୋର୍ଟରେ ବିଚାର ପାଇଁ ଅପିଲ କରିଥିଲେ। ତେବେ ରାଜ୍ୟ ସରକାର ଆଜି ଏହି ମାମଲାର ଷ୍ଟାଟସ ରିପୋର୍ଟ ହାଇକୋର୍ଟରେ ଦାଖଲ କରିଛନ୍ତି । ଆସନ୍ତା ୨୩ ତାରିଖରେ ମମିତା ହତ୍ୟା ମାମଲାର ପରବର୍ତ୍ତୀ ଶୁଣାଣି ହେବ ।