ମମିତା ହତ୍ୟା ମାମଲା: ଆରମ୍ଭ ହେଲା ଶୁଣାଣି

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୯ା୯(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୁରୁବାର ଆରମ୍ଭ ହୋଇଛି। ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡିଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏଡିଜେ ଶୁଣାଣି ପ୍ରକ୍ରିୟା ଆରମ୍ଭ କରି ଆସନ୍ତା ୨୯ ଓ ୩୦ ତାରିଖ ସାକ୍ଷ୍ୟ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ପକ୍ଷରୁ ଦାଖଲ କରାଯାଇଥିବା ଚାର୍ଜଶିଟ୍‌ ସାକ୍ଷ୍ୟଙ୍କ ମଧ୍ୟରୁ ୭ଜଣଙ୍କ ସାକ୍ଷ୍ୟ ଗ୍ରହଣ ଆସନ୍ତା ୨୯ ଓ ୩୦ ତାରିଖରେ କରାଯିବ ବୋଲି ଜଣାପଡିଛି। ସ୍ବତନ୍ତ୍ର ପବ୍ଳିକ୍‌ ପ୍ରସିକ୍ୟୁଟର ଅମରେନ୍ଦ୍ର ମିଶ୍ରଙ୍କୁ ପଚାରିବାରୁ ଗୁରୁବାର ମମିତା ମେହେର ହତ୍ୟା ମାମଲାର ଶୁଣାଣି କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଆରମ୍ଭ ହୋଇଛି। ଆସନ୍ତା ୨୯ ଓ ୩୦ ତାରିଖରେ ଏହି ମାମଲାର ସାକ୍ଷ୍ୟ ଗ୍ରହଣ ସକାଶେ ତାରିଖ ଧାର୍ଯ୍ୟ କରି ଏଡିଜେ ଆଦେଶ କରିଥିବା ସୂଚନା ଦେଇଛନ୍ତି। ପୋଲିସ ପକ୍ଷରୁ ଦାଖଲ କରାଯାଇଥିବା ଚାର୍ଜଶିଟ୍‌ରେ ୧୭୦ଜଣ ସାକ୍ଷୀ ରହିଥିବା ଜଣାପଡିଛି।
କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲରେ ଅଧ୍ୟକ୍ଷା ଭାବେ କାର୍ଯ୍ୟରତ ଥିବା ବଲାଙ୍ଗୀର ଜିଲା ତୁରେକେଲା ଥାନା ଝରଣୀ ଗଁାର ମମିତା ମେହେର ଗତବର୍ଷ ଅକ୍ଟୋବର ୮ ତାରିଖରୁ ନିଖୋଜ ହୋଇଯାଇଥିଲେ। ତାଙ୍କୁ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ମେହେର ଅପହରଣ କରିନେଇ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ଗୋବିନ୍ଦ ସାହୁଙ୍କୁ ଟିଟିଲାଗଡ ବାରାକ୍‌ରେ ପଚରାଉଚରା କରିବାକୁ ରଖିଥିବାବେଳେ ସେଠାରୁ ଅକ୍ଟୋବର ୧୭ ତାରିଖରେ ସେ ଫେରାର ହୋଇଯାଇଥିଲେ। ପରେ ୧୯ ତାରିଖରେ ବଙ୍ଗୋମୁଣ୍ଡା ଥାନା ବୁଢ଼ୀପଦର ଗଁାର ଏକ ଆଖୁ କିଆରିରୁ ଗୋବିନ୍ଦ ସାହୁଙ୍କୁ ଗିରଫ କରାଯାଇଥିଲା। ଏହାପରେ ତାଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡିଙ୍କୁ ଗିରଫ କରାଯାଇଥିଲା। ମମିତାଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ମହାଲିଙ୍ଗଠାରେ ନିର୍ମାଣାଧୀନ ଷ୍ଟାଡିୟମରେ ମମିତାଙ୍କ ମୃତଦେହ ପୋଡି ପୋତି ଦେଇଥିବା ଜଣାପଡିଥିଲା। ଏହି ମାମଲାରେ ଗିରଫ ଦୁଇ ଅଭିଯୁକ୍ତ କଣ୍ଟାବାଞ୍ଜି ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri