ମମିତା ହତ୍ୟା ମାମଲା: ଆରମ୍ଭ ହେଲା ଶୁଣାଣି

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୯ା୯(ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଗୁରୁବାର ଆରମ୍ଭ ହୋଇଛି। ଶୁଣାଣି ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡିଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏଡିଜେ ଶୁଣାଣି ପ୍ରକ୍ରିୟା ଆରମ୍ଭ କରି ଆସନ୍ତା ୨୯ ଓ ୩୦ ତାରିଖ ସାକ୍ଷ୍ୟ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୋଲିସ ପକ୍ଷରୁ ଦାଖଲ କରାଯାଇଥିବା ଚାର୍ଜଶିଟ୍‌ ସାକ୍ଷ୍ୟଙ୍କ ମଧ୍ୟରୁ ୭ଜଣଙ୍କ ସାକ୍ଷ୍ୟ ଗ୍ରହଣ ଆସନ୍ତା ୨୯ ଓ ୩୦ ତାରିଖରେ କରାଯିବ ବୋଲି ଜଣାପଡିଛି। ସ୍ବତନ୍ତ୍ର ପବ୍ଳିକ୍‌ ପ୍ରସିକ୍ୟୁଟର ଅମରେନ୍ଦ୍ର ମିଶ୍ରଙ୍କୁ ପଚାରିବାରୁ ଗୁରୁବାର ମମିତା ମେହେର ହତ୍ୟା ମାମଲାର ଶୁଣାଣି କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଆରମ୍ଭ ହୋଇଛି। ଆସନ୍ତା ୨୯ ଓ ୩୦ ତାରିଖରେ ଏହି ମାମଲାର ସାକ୍ଷ୍ୟ ଗ୍ରହଣ ସକାଶେ ତାରିଖ ଧାର୍ଯ୍ୟ କରି ଏଡିଜେ ଆଦେଶ କରିଥିବା ସୂଚନା ଦେଇଛନ୍ତି। ପୋଲିସ ପକ୍ଷରୁ ଦାଖଲ କରାଯାଇଥିବା ଚାର୍ଜଶିଟ୍‌ରେ ୧୭୦ଜଣ ସାକ୍ଷୀ ରହିଥିବା ଜଣାପଡିଛି।
କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲରେ ଅଧ୍ୟକ୍ଷା ଭାବେ କାର୍ଯ୍ୟରତ ଥିବା ବଲାଙ୍ଗୀର ଜିଲା ତୁରେକେଲା ଥାନା ଝରଣୀ ଗଁାର ମମିତା ମେହେର ଗତବର୍ଷ ଅକ୍ଟୋବର ୮ ତାରିଖରୁ ନିଖୋଜ ହୋଇଯାଇଥିଲେ। ତାଙ୍କୁ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ମେହେର ଅପହରଣ କରିନେଇ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ଗୋବିନ୍ଦ ସାହୁଙ୍କୁ ଟିଟିଲାଗଡ ବାରାକ୍‌ରେ ପଚରାଉଚରା କରିବାକୁ ରଖିଥିବାବେଳେ ସେଠାରୁ ଅକ୍ଟୋବର ୧୭ ତାରିଖରେ ସେ ଫେରାର ହୋଇଯାଇଥିଲେ। ପରେ ୧୯ ତାରିଖରେ ବଙ୍ଗୋମୁଣ୍ଡା ଥାନା ବୁଢ଼ୀପଦର ଗଁାର ଏକ ଆଖୁ କିଆରିରୁ ଗୋବିନ୍ଦ ସାହୁଙ୍କୁ ଗିରଫ କରାଯାଇଥିଲା। ଏହାପରେ ତାଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡିଙ୍କୁ ଗିରଫ କରାଯାଇଥିଲା। ମମିତାଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ମହାଲିଙ୍ଗଠାରେ ନିର୍ମାଣାଧୀନ ଷ୍ଟାଡିୟମରେ ମମିତାଙ୍କ ମୃତଦେହ ପୋଡି ପୋତି ଦେଇଥିବା ଜଣାପଡିଥିଲା। ଏହି ମାମଲାରେ ଗିରଫ ଦୁଇ ଅଭିଯୁକ୍ତ କଣ୍ଟାବାଞ୍ଜି ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri