ମମିତା ଝଡ଼ରେ ଗଲା ତୃତୀୟ ଦିନ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟାକାଣ୍ଡ ମାମଲାକୁ ନେଇ ବିଧାନସଭା ହୁଲସ୍ଥୂଲ ହେଉଛି। ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଦାବିରେ ବିରୋଧୀ ଅଡ଼ି ବସିଥିବାବେଳେ ପ୍ରବଳ ହଟ୍ଟଗୋଳକୁ ନେଇ ବିଧାନସଭା ତୃତୀୟ ଦିନ ପାଇଁ ଅଚଳ ହୋଇଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୨ ପର୍ଯ୍ୟାୟରେ ଅପରାହ୍ନ ଯାଏ ଗୃହକୁ ମୁଲତବୀ ଘୋଷଣା କରିଥିଲେ। ବିରୋଧୀଙ୍କୁ ଶାନ୍ତ କରିବା ପାଇଁ ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମମିତା ହତ୍ୟାକାଣ୍ଡକୁ ନେଇ ବିଧାନସଭାରେ ବିବୃତି ମଧ୍ୟ ରଖିଥିଲେ। ହେଲେ ତାହା ଫଳପ୍ରଦ ହୋଇନାହିଁ। ବିରୋଧୀ ନିଜ ଆଭିମୁଖ୍ୟରେ ପରିବର୍ତ୍ତନ ନ କରି ହଟ୍ଟଗୋଳ ଜାରି ରଖିବାରୁ ଅପରାହ୍ନରେ ମାତ୍ର ୮ ମିନିଟ୍‌ ପରେ ବାଚସ୍ପତି ବିଧାନସଭାକୁ ଶନିବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଦେଇଛନ୍ତି। ଅନ୍ୟପଟେ ଭାଜପା ସଦସ୍ୟମାନେ ବିଧାନସଭା ଚାରିପାଖରେ ଗୋବର ପାଣି, ଗଙ୍ଗାଜଳ ପକାଇ ଝାଡୁମାରି, ଝୁଣାଧୂଅଁା ଦେଇ ଶୁଦ୍ଧ କରିବା ଦୃଶ୍ୟ ଚର୍ଚ୍ଚାର ବିଷୟ ହୋଇଛି।
ଶୁକ୍ରବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବାଚସ୍ପତି ଗୃହକୁ ପ୍ରବେଶ କରିବା ମାତ୍ରେ ଆରମ୍ଭ ହୋଇଯାଇଥିଲା ହୋହଲ୍ଲା, ନାରାବାଜି। ଭାଜପା ସଦସ୍ୟ ମୋହନ ଚରଣ ମାଝି, ମୁକେଶ ମହାଲିଙ୍ଗ, ବିଷ୍ଣୁଚରଣ ସେଠୀଙ୍କ ସମେତ ଦଳର ଅନ୍ୟ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କରିଥିଲେ। ଭାଜପା ସହିତ ତାଳ ଦେଇ କଂଗ୍ରେସ ସଦସ୍ୟ ସନ୍ତୋଷ ସିଂ ସାଲୁଜା, ତାରାପ୍ରସାଦ ବାହିନୀପତି, ରମେଶ ଜେନା, ସୁରେଶ କୁମାର ରାଉତରାୟଙ୍କ ସମେତ ଦଳର ଅନ୍ୟ ସଦସ୍ୟ ହାତରେ ପୋଷ୍ଟର, ବ୍ୟାନର ଧରି ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ବାଚସ୍ପତି ସଦସ୍ୟଙ୍କୁ ବୁଝାଇବା ଯଥାସାଧ୍ୟ ଉଦ୍ୟମ କରିଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଫଳରେ ବାଚସ୍ପତି ଦୁଇଟି ପର୍ଯ୍ୟାୟରେ ଅପରାହ୍ନ ୪ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଦେଇଥିଲେ। ଗୃହ ମୁଲତବୀ ଘୋଷଣା ହେବା ପରେ ଭାଜପା ସଦସ୍ୟମାନେ ବିଧାନସଭା ଚତୁଃପାର୍ଶ୍ୱରେ ଗୋବର ପାଣି, ଗଙ୍ଗାଜଳ ଛିଞ୍ଚତ୍ ଝାଡୁମାରିଥିଲେ। ଝୁଣାଧୂଅଁା ଦେଇ ଶୁଦ୍ଧିକରଣ କରିଥିଲେ। ଅପରାହ୍ନରେ ହୋହଲ୍ଲା ମଧ୍ୟରେ ମୁଖ୍ୟମନ୍ତ୍ରୀ ମମିତା ହତ୍ୟା ଘଟଣାରେ ରାଜ୍ୟ ସରକାର ନେଇଥିବା ପଦକ୍ଷେପ ବିଷୟରେ ଗୃହରେ ୮ ମିନିଟ ଧରି ବିବୃତି ରଖିଥିଲେ। ମୁଖ୍ୟମନ୍ତ୍ରୀଙ୍କ ବିବୃତି ମଧ୍ୟ ବିରୋଧୀଙ୍କୁ ଶାନ୍ତ କରିପାରି ନ ଥିଲା। ପରିସ୍ଥିତିରେ କୌଣସି ସୁଧାର ନ ଆସିବାରୁ ବାଚସ୍ପତି ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଗୃହକୁ ଅପରାହ୍ନ ୪ଟା ୮ରୁ ଶନିବାର ୧୦ଟା ୩୦ ଯାଏ ମୁଲତବୀ ଘୋଷଣା କରିଦେଇଥିଲେ।
ରାଜ୍ୟ ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ନାମରେ ହତ୍ୟା ଅଭିଯୋଗ ଥିବାବେଳେ ଗଣତନ୍ତ୍ରର ମନ୍ଦିର କୁହାଯାଉଥିବା ବିଧାନସଭାକୁ ମନ୍ତ୍ରୀ ଅପବିତ୍ର କରିଛନ୍ତି। ତେଣୁ ବିଧାନସଭା ପରିସରକୁ ଗୋବର ଓ ଗଙ୍ଗାଜଳରେ ପବିତ୍ର କରାଯାଇଥିବା ଭାଜପା ପକ୍ଷରୁ କୁହାଯାଇଛି। ଅନ୍ୟପଟେ ଭାଜପାର ଏଭଳି କାର୍ଯ୍ୟକୁ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନିନ୍ଦା କରିଛନ୍ତି। ନିର୍ବାଚନ ପାଖେଇ ଆସୁଥିବାରୁ ଭାଜପା ଏଭଳି ନାଟକ କରୁଛି। ଉତ୍ତରପ୍ରଦେଶ ଏବଂ ଲୋକ ସଭାରେ ଅନେକ ହତ୍ୟାକାରୀ ଅଛନ୍ତି। ତେଣୁ ପ୍ରଥମେ ଭାଜପା ଲୋକସଭା ଓ ଉତ୍ତରପ୍ରଦେଶ ବିଧାନସଭାକୁ ଶୁଦ୍ଧି କରୁ। କେନ୍ଦ୍ରମନ୍ତ୍ରୀଙ୍କ ନାମରେ ଅଭିଯୋଗ ଥାଇ ଯଦି ସେ ପାର୍ଲାମେଣ୍ଟ ଆସୁଛନ୍ତି, ତା’ହେଲେ ଏଠି ମନ୍ତ୍ରୀ ବିଧାନସଭା ଆସିଲେ ଅସୁବିଧା କେଉଁଠି ବୋଲି ପ୍ରମିଳା ପ୍ରଶ୍ନ କରିଛନ୍ତି। ଅନ୍ୟପଟେ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ କଂଗ୍ରେସ ଖୁବ୍‌ଶୀଘ୍ର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିବ ବୋଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି। ସେହିପରି ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏସ୍‌ଆଇଟି ଗଠନ ପାଇଁ ଦଳ ଦାବି କରିଛି। ରାଜ୍ୟ ସରକାର ପଦକ୍ଷେପ ନ ନେଲେ ବିଧାନସଭା ଭିତରେ ଓ ବାହାରେ ଆନ୍ଦୋଳନ ଜାରି ରହିବ ବୋଲି ନରସିଂହ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri