ଅଭିଯୁକ୍ତଙ୍କୁ ଫାଶୀ ଦେବାକୁ ଅନୁରୋଧ କଲେ ମମିତାଙ୍କ ମାଆ

ବଲାଙ୍ଗୀର ଅଫିସ/ କଣ୍ଟାବାଞ୍ଜି, ୨୯ା୧୦ (ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ପ୍ରକ୍ରିୟାରେ ଶୁକ୍ରବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମୃତା ମମିତା ମେହେରଙ୍କ ମା’ ତୁଳସୀ ମେହେର ଏବଂ ଜଣେ ସମ୍ପର୍କୀୟଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟକୁ ସାକ୍ଷ୍ୟ ଦେବାକୁ ଆସି ମୃତା ମମିତାଙ୍କ ମାଆ ତୁଳସୀ କୋର୍ଟରେ ଅଭିଯୁକ୍ତ ଗୋବିନ୍ଦଙ୍କୁ ଫାଶୀଦଣ୍ଡ ଦେବାକୁ ଅନୁରୋଧ କରିଥିଲେ। ମମିତାଙ୍କ ବାପା ସୁଚନ୍ଦ୍ର ମେହେରଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ ନ ଥିବା ଯୋଗୁ ସେ ଆଜି କୋର୍ଟରେ ହାଜର ହୋଇପାରି ନ ଥିବା ଜଣାପଡିଛି। ତେବେ ମମିତାଙ୍କ ଜଣେ ସମ୍ପର୍କୀୟ କୋର୍ଟରେ ସାକ୍ଷ୍ୟ ଦେବାକୁ ଆସିଥିଲେ। ତାଙ୍କର ମଧ୍ୟ ବୟାନ ରେକର୍ଡ କରାଯାଇଛି। ଗୁରୁବାର ମମିତାଙ୍କ ବଡବାପା କୌଶିକ ମେହେର କୋର୍ଟରେ ହାଜର ହୋଇ ସାକ୍ଷ୍ୟ ଦେଇଥିଲେ। ପୂର୍ବରୁ ମମିତାଙ୍କ ଭାଇ ବଣ୍ଟି , ସମ୍ପର୍କୀୟ ବଡ଼ଭାଇ ଓ ଏତଲା ଲେଖିଥିବା ବ୍ୟକ୍ତି ସାକ୍ଷ୍ୟ ଦେଇସାରିଛନ୍ତି। ଶୁକ୍ରବାର ମଧ୍ୟ ଏହି ହତ୍ୟାକାଣ୍ଡର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଏବଂ ତାଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଗୁରୁବାର ଭଳି ଶୁକ୍ରବାର ମଧ୍ୟ ବଲାଙ୍ଗୀର ଏସ୍‌ପି ନିତିନ କୁଶଳକର କୋର୍ଟରେ ଉପସ୍ଥିତ ଥିବା ଦେଖାଯାଇଥିଲା। କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଏକ ଘରୋଇ ସ୍କୁଲରେ ଅଧ୍ୟକ୍ଷା ଭାବେ କାର୍ଯ୍ୟରତ ଥିବା ବଲାଙ୍ଗୀର ଜିଲା ତୁରେକେଲା ଥାନା ଝରଣୀ ଗଁାର ମମିତା ମେହେର ଗତବର୍ଷ ଅକ୍ଟୋବର ୮ ତାରିଖରୁ ନିଖୋଜ ହୋଇଯାଇଥିଲେ। ତାଙ୍କୁ ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ମେହେର ଅପହରଣ କରି ନେଇ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ଗୋବିନ୍ଦଙ୍କୁ ଟିଟିଲାଗଡ ବାରାକ୍‌ରେ ପଚରାଉଚରା କରିବାକୁ ରଖିଥିବା ବେଳେ ସେଠାରୁ ଅକ୍ଟୋବର ୧୭ ତାରିଖରେ ସେ ଫେରାର ହୋଇଯାଇଥିଲେ। ପରେ ୧୯ ତାରିଖରେ ବଙ୍ଗୋମୁଣ୍ଡା ଥାନା ବୁଢ଼ୀପଦର ଗଁାର ଏକ ଆଖୁ କିଆରିରୁ ଗୋବିନ୍ଦଙ୍କୁ ଗିରଫ କରାଯାଇଥିଲା। ଏହାପରେ ତାଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କୁ ଗିରଫ କରାଯାଇଥିଲା। ମମିତାଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ମହାଲିଙ୍ଗଠାରେ ନିର୍ମାଣାଧୀନ ଷ୍ଟାଡିୟମରେ ମମିତାଙ୍କ ମୃତଦେହକୁ ପୋଡି ପୋତି ଦେଇଥିବା ଜଣାପଡିଥିଲା। ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟା ବ୍ୟାପୀ ହଇଚଇ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri