Posted inଜାତୀୟ

ନିଆରା ଶ୍ରଦ୍ଧାଞ୍ଜଳି: ୧୫ ଦିନ ପର୍ଯ୍ୟନ୍ତ ସବୁ ଟ୍ରାଫିକ୍‌ ସିଗ୍‌ନାଲ୍‌ରେ ବାଜିବ ଲତା ମଙ୍ଗେସକରଙ୍କ ଗୀତ

କୋଲକତା,୬।୨: ସୂରସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକକୁ ନେଇ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। କେନ୍ଦ୍ର ସରକାର ଦୁଇ ଦିନିଆ ଜାତୀୟ ଶୋକ ଘୋଷଣା କରିଛନ୍ତି, ଦେଶର ଅନେକ ରାଜ୍ୟ ସରକାର ନିଜ ନିଜ ରାଜ୍ୟରେ ଶୋକ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲତା ଦିଦିଙ୍କୁ ଏକ ଭିନ୍ନ ଢଙ୍ଗରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମହାନ ଗାୟିକାଙ୍କୁ ସମବେଦନା ଜଣାଇ ଆସନ୍ତା ୧୫ ଦିନ ପାଇଁ ପଶ୍ଚିମବଙ୍ଗର ସର୍ବସାଧାରଣ ସ୍ଥାନ, ସରକାରୀ କୋଠା ଏବଂ ଟ୍ରାଫିକ ସିଗନାଲରେ ଲତା ମଙ୍ଗେସକରଙ୍କ ଗୀତ ବାଜିବ ବୋଲି ମମତା ବାନାର୍ଜୀ ଘୋଷଣା କରିଛନ୍ତି।
ଏହା ବ୍ୟତୀତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ତାଙ୍କ ସମ୍ମାନାର୍ଥେ ଅଧା ଦିନ ଛୁଟି ଘୋଷଣା କରିଛନ୍ତି। ବାନାର୍ଜୀ ଟୁଇଟ୍‌ କରି କହିଛନ୍ତି, ମୁଁ ଦେଶର ମହାନ ବ୍ୟକ୍ତିତ୍ୱ ଭାରତ ରତ୍ନ ଲତା ମଙ୍ଗେଶକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ତାଙ୍କ ପରିବାର ଏବଂ ବିଶ୍ୱର କୋଟି କୋଟି ପ୍ରଶଂସକଙ୍କୁ ମୋର ଗଭୀର ସମବେଦନା। ସେ ପ୍ରକୃତରେ ଭାରତର ସୂରସାମ୍ରାଜ୍ଞୀ ଥିଲେ। ସମସ୍ତଙ୍କ ପରି ମୁଁ ମଧ୍ୟ ତାଙ୍କ ଗୀତରେ ମନ୍ତ୍ରମୁଗ୍ଧ ଥିଲି ବୋଲି ସେ କହିଛନ୍ତି।
ରବିବାର ମୁମ୍ବାଇର ଏକ ଡାକ୍ତରଖାନାରେ ଲତା ମଙ୍ଗେସକର ୯୨ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କରୋନା ସଂକ୍ରମିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri