Posted inଜାତୀୟ

ନିଆରା ଶ୍ରଦ୍ଧାଞ୍ଜଳି: ୧୫ ଦିନ ପର୍ଯ୍ୟନ୍ତ ସବୁ ଟ୍ରାଫିକ୍‌ ସିଗ୍‌ନାଲ୍‌ରେ ବାଜିବ ଲତା ମଙ୍ଗେସକରଙ୍କ ଗୀତ

କୋଲକତା,୬।୨: ସୂରସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ପରଲୋକକୁ ନେଇ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି। କେନ୍ଦ୍ର ସରକାର ଦୁଇ ଦିନିଆ ଜାତୀୟ ଶୋକ ଘୋଷଣା କରିଛନ୍ତି, ଦେଶର ଅନେକ ରାଜ୍ୟ ସରକାର ନିଜ ନିଜ ରାଜ୍ୟରେ ଶୋକ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଲତା ଦିଦିଙ୍କୁ ଏକ ଭିନ୍ନ ଢଙ୍ଗରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମହାନ ଗାୟିକାଙ୍କୁ ସମବେଦନା ଜଣାଇ ଆସନ୍ତା ୧୫ ଦିନ ପାଇଁ ପଶ୍ଚିମବଙ୍ଗର ସର୍ବସାଧାରଣ ସ୍ଥାନ, ସରକାରୀ କୋଠା ଏବଂ ଟ୍ରାଫିକ ସିଗନାଲରେ ଲତା ମଙ୍ଗେସକରଙ୍କ ଗୀତ ବାଜିବ ବୋଲି ମମତା ବାନାର୍ଜୀ ଘୋଷଣା କରିଛନ୍ତି।
ଏହା ବ୍ୟତୀତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ତାଙ୍କ ସମ୍ମାନାର୍ଥେ ଅଧା ଦିନ ଛୁଟି ଘୋଷଣା କରିଛନ୍ତି। ବାନାର୍ଜୀ ଟୁଇଟ୍‌ କରି କହିଛନ୍ତି, ମୁଁ ଦେଶର ମହାନ ବ୍ୟକ୍ତିତ୍ୱ ଭାରତ ରତ୍ନ ଲତା ମଙ୍ଗେଶକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ତାଙ୍କ ପରିବାର ଏବଂ ବିଶ୍ୱର କୋଟି କୋଟି ପ୍ରଶଂସକଙ୍କୁ ମୋର ଗଭୀର ସମବେଦନା। ସେ ପ୍ରକୃତରେ ଭାରତର ସୂରସାମ୍ରାଜ୍ଞୀ ଥିଲେ। ସମସ୍ତଙ୍କ ପରି ମୁଁ ମଧ୍ୟ ତାଙ୍କ ଗୀତରେ ମନ୍ତ୍ରମୁଗ୍ଧ ଥିଲି ବୋଲି ସେ କହିଛନ୍ତି।
ରବିବାର ମୁମ୍ବାଇର ଏକ ଡାକ୍ତରଖାନାରେ ଲତା ମଙ୍ଗେସକର ୯୨ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କରୋନା ସଂକ୍ରମିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri