Posted inଜାତୀୟ

ପଶ୍ଚିମବଙ୍ଗବାସୀଙ୍କ କଲ୍ୟାଣ ପାଇଁ ମୋଦିଙ୍କ ପାଦ ଛୁଇଁବାକୁ ପ୍ରସ୍ତୁତ: ମମତା

କୋଲକାତା,୨୯।୫: ବାତ୍ୟା ‘ୟାସ’ ପ୍ରଭାବରେ ଓଡ଼ିଶା ସହ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏଥିନିମନ୍ତେ ସେ ଏକ ବୈଠକ ମଧ୍ୟ କରିଥିଲେ। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀଙ୍କୁ ଅଧାଘଣ୍ଟା ଅପେକ୍ଷା କରାଇଥିଲେ। ମମତା ଓ ମୁଖ୍ୟ ଶାସନ ସଚିବ ଅଲପନ ବନ୍ଦୋପାଧ୍ୟାୟ ସମାନ ସ୍ଥାନରେ ଥାଇ ପ୍ରଧାନମନ୍ତ୍ରୀଙ୍କ ବୈଠକରେ ୩୦ ମିନିଟ୍‌ ବିଳମ୍ବରେ ପହଞ୍ଚିଥିଲେ ଏବଂ ଅଧାରୁ ଉଠିଯାଇଥିଲେ। ମମତାଙ୍କ ଏଭଳି ବ୍ୟବହାରକୁ ସୋସିଆଲ ମିଡିଆରେ ନାପସନ୍ଦ କରାଯିବା ପରେ ଟିଏମ୍‌ସି ଓ ଭାଜପା ଏବେ ମୁହାଁମୁହିଁ ହୋଇଛନ୍ତି।

ଗୋଟିଏ ପଟେ ସମାନ ସ୍ଥାନରେ ଥାଇ ମଧ୍ୟ ଠିକ୍‌ ସମୟରେ ମୁଖ୍ୟମନ୍ତ୍ରୀ ନ ପହଞ୍ଚି ପ୍ରଧାନମନ୍ତ୍ରୀଙ୍କୁ ଅପେକ୍ଷା କରି ନ ଥିବା ଭାଜପା କହିଛି। ସେହିଭଳି ବୈଠକ ପାଇଁ ଦିଆଯାଇଥିବା କାର୍ଯ୍ୟସୂଚି ପୂର୍ବରୁ ବୈଠକ ଆରମ୍ଭ ହୋଇଥିଲା। ସେଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅପେକ୍ଷା କରିବାକୁ ପଡ଼ିଲା ବୋଲି ଟିଏମ୍‌ସି କହିଛି। ଏହାଛଡ଼ା ମମତା ନିଜେ ପ୍ରଶ୍ନ କରିବା ସହ ଭିନ୍ନ ଅପିଲ୍‌ କରିଛନ୍ତି।

ବାତ୍ୟାର ସମୀକ୍ଷା ପାଇଁ ଭାଜପା ନେତା ଓ ରାଜ୍ୟପାଳଙ୍କୁ କାହିଁକି ଡକାଗଲା ବୋଲି ମମତା ପ୍ରଶ୍ନ କରିଛନ୍ତି। ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବୈଠକ ହୋଇଥାନ୍ତା, ଏଣୁ ଅପମାନିତ ଅନୁଭବ କରିଛି ବୋଲି ସେ କହିଛନ୍ତି। ଯଦି ପ୍ରଧାନମନ୍ତ୍ରୀ ବଙ୍ଗଳାବାସୀଙ୍କ କଲ୍ୟାଣ ପାଇଁ ତାଙ୍କ ପାଦ ଛୁଇଁବାକୁ କୁହନ୍ତି ତେବେ ମୁଁ ତାହା କରିବାକୁ ପ୍ରସ୍ତୁତ, ହେଲେ ମୋତେ ଅପମାନିତ କରାଯିବା ଉଚିତ ନୁହେଁ ବୋଲି ସେ ଅପିଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri