Posted inଜାତୀୟ

କେନ୍ଦ୍ର ମନ୍ତ୍ରୀଙ୍କ ଘରେ ନିଆଁ ଲଗାଇବା ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ଇମ୍ଫାଲ,୧୬।୬: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। ତେବେ ଗୁରୁବାର ବିଳମ୍ବିତ ରାତିରେ ଉଗ୍ରବାଦୀମାନେ ଇମ୍ଫାଲରେ କେନ୍ଦ୍ରୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର.କେ ରଂଜନ ସିଂଙ୍କ ବାସଭବନରେ ପେଟ୍ରୋଲ ବୋମା ପକାଇ ନିଆଁ ଲଗାଇ ଦେଇଛନ୍ତି। ଏହି ଘଟଣାକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଘେରିଛନ୍ତି ବିରୋଧୀ।

ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ କହିଛନ୍ତି, ମଣିପୁରରେ କେନ୍ଦ୍ରୀୟ ଫୋର୍ସ ମୁତୟନ କରାଯାଇଥିଲା। କିନ୍ତୁ ମନ୍ତ୍ରୀଙ୍କ ଘର ପୋଡି ପାଉଁଶ ହୋଇଯାଇଛି। ୧୫୦ ଜଣଙ୍କର ହତ୍ୟା କରାଯାଇଛି। ସେଠାରେ ତୁମର କେନ୍ଦ୍ରୀୟ ଟିମ୍‌ ନିଷ୍କ୍ରିୟ ରହିଛି।

କଂଗ୍ରେସ କହିଛି ଯେ, ମଣିପୁରର ପରିସ୍ଥିତି ନିୟନ୍ତ୍ରଣ ବାହାରେ ରହିଛି। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘଟଣାକୁ ନେଇ ନିରବ ରହିଛନ୍ତି। ଦଳର ସାଧାରଣ ସମ୍ପାଦକ କେ.ସି ଭେଣୁଗୋପାଲ ସରକାରଙ୍କୁ ଟାର୍ଗେଟ କରି କରିଛନ୍ତି, ଗତ ୪୦ ଦିନ ଧରି ରାଜ୍ୟ ଜଳୁଛି। କ୍ଷମତାରେ ଥିବା ବ୍ୟକ୍ତିମାନେ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ସାହାଯ୍ୟରେ ଉଗ୍ରବାଦୀଙ୍କୁ ସାହାଯ୍ୟ କରୁଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ମଣିପୁରକୁ ଏକ ସର୍ବଦଳୀୟ ପ୍ରତିନିଧୀ କମିଟି ପଠାଯିବା ଉଚିତ୍‌। ଭାଜପାର ଘୃଣା ରାଜନୀତି ଯୋଗୁ ମଣିପୁର ୪୦ ଦିନ ଧରି ଜଳୁଛି। ଯେଉଁଥିପାଇଁ ୧୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି। ପ୍ରଧାନମନ୍ତ୍ରୀ ଭାରତକୁ ଛାଡି ଦେଇଛନ୍ତି ଏବଂ ସମ୍ପୂର୍ଣ୍ଣ ନିରବ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?