Posted inଜାତୀୟ

ମମତା ପୁଣି ମହାମଣ୍ଡଳେଶ୍ୱର

ପ୍ରୟାଗରାଜ,୧୫ା୨: ଏକଦା ହିନ୍ଦୀ ଚଳଚ୍ଚିତ୍ର ଜଗତରେ ନିଜ ଅଭିନୟର ଚାତୁରୀ ଓ ଅଙ୍ଗ ପ୍ରଦର୍ଶନକୁ ନେଇ ବହୁଚର୍ଚ୍ଚିତ ଥିବା ମମତା କୁଲକର୍ଣ୍ଣୀ ଦୀର୍ଘ ୨୫ ବର୍ଷ ଧରି ବଲିଉଡ୍‌ରୁ ଉଭାନ ହୋଇଯାଇଥିଲେ। ନିକଟରେ ସେ କେନିଆରୁ ମୁମ୍ବାଇକୁ ଫେରିଥିଲେ। ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ କିନ୍ନର ଆଖଡ଼ାର ଆଚାର୍ଯ୍ୟ ମହାମଣ୍ଡଳେଶ୍ୱର ଲକ୍ଷ୍ମୀନାରାୟଣ ତ୍ରିପାଠୀ ଗତମାସରେ ତାଙ୍କୁ ଦୀକ୍ଷା ପ୍ରଦାନ ପୂର୍ବକ ମହାମଣ୍ଡଳେଶ୍ୱର ଉପାଧିରେ ଭୂଷିତ କରିଥିଲେ। ତେବେ ତାଙ୍କୁ ଏହି ପଦରେ ଅଧିଷ୍ଠିତ କରାଯିବା ନେଇ ସାଧୁସନ୍ଥମାନେ ଆପତ୍ତି ଉଠାଇବା ପରେ ଉଭୟ ମମତା ଓ ଲକ୍ଷ୍ନୀନାରାୟଣଙ୍କୁ ମହାମଣ୍ଡଳେଶ୍ୱର ପଦବୀରୁ ହଟାଇ ଦିଆଯାଇଥିଲା। ଆଖଡ଼ା ପ୍ରତିଷ୍ଠାତା ଅଜୟ ଦାସ ଓ ଲକ୍ଷ୍ନୀନାରାୟଣଙ୍କ ମଧ୍ୟରେ କ୍ଷମତାଯୁଦ୍ଧ ଯୋଗୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ସେତେବେଳେ କୁହାଯାଇଥିଲା।
ବିଦା ହେବା ପରେ ମମତା ଇସ୍ତଫା ଦେଇଥିଲେ। ଏନେଇ ମମତା ଏକ ଭିଡିଓ ଜାରିକରି କହିଛନ୍ତି, ୨ ଦିନ ପୂର୍ବେ କେତେଜଣ ବ୍ୟକ୍ତି ମୋ ଗୁରୁ ଡ. ତ୍ରିପାଠୀଙ୍କ ବିରୋଧରେ ଭିତ୍ତିହୀନ ଅଭିଯୋଗ ଆଣିଥିଲେ। ମୁଁ ଭାବପ୍ରବଣ ହୋଇ ଇସ୍ତଫା ଦେଇଥିଲି। କିନ୍ତୁ ମୋ ଗୁରୁ ମୋତେ ପୁନଃ ଅବସ୍ଥାପିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri