Posted inଜାତୀୟ

ଗଣବଳାତ୍କାର ପରେ ଛାତ୍ରୀଙ୍କ ମୃତ୍ୟୁ: ଖସି ପଳାଉଥିବା ଅଭିଯୁକ୍ତଙ୍କୁ ପୋଲିସର ଗୁଳି

ମିରଟ, ୩।୪: ଉତ୍ତପ୍ରଦେଶର ମିରଟରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରି ଜବରଦସ୍ତ ବିଷ ପିଆଇ ଦିଆଯିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୋଲିସ ଶନିବାର ୨ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟକୁ ନେଉଥିବା ବେଳେ ସେମାନେ ଜଣେ ପୋଲିସ କର୍ମଚାରୀଙ୍କ ପିସ୍ତଲ ଛଡ଼ାଇ ନେଇ ଖସି ପଳାଇବାକୁ ଉଦ୍ୟମ କରିଥିଲେ। ଫଳରେ ପୋଲିସ ଓ ଅଭିଯୁକ୍ତଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଶେଷରେ ପୋଲିସ ଦୁଇ ଜଣଙ୍କୁ କାବୁ କରି ନେଇଥିଲା। ପୋଲିସ ଗୁଳିରେ ଅଭିଯୁକ୍ତ ଲଖନ ଆହତ ହୋଇଛନ୍ତି। ଗଣବଳାତ୍କାର ଘଟଣାରେ ୪ ଜଣ ସମ୍ପୃକ୍ତ ଥିଲେ। ଅନ୍ୟ ଦୁଇଜଣ ଧରାପଡ଼ି ନାହାନ୍ତି।
ଅଭିଯୋଗ ଅନୁଯାୟୀ, ଛାତ୍ରୀ ଜଣକ ଗୁରୁବାର ଟ୍ୟୁଶନ ପଢ଼ିବାକୁ ଘରୁ ବାହାରିଯାଇଥିଲେ। ବାଟରୁ ୪ ଅଭିଯୁକ୍ତ ଛାତ୍ରୀଙ୍କୁ ଉଠାଇନେଇ ଗଣବଳାତ୍କାର କରିଥିଲେ। ପରେ ଜବରଦସ୍ତ ଛାତ୍ରୀଙ୍କୁ ବିଷ ପିଆଇ ଦେଇଥିବା ପରିବାର ଲୋକେ କହିଛନ୍ତି। ଛାତ୍ରୀଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର୍‌ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri