ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଯୁବକ ଜଣକ ହେଲେ ମହେନ୍ଦ୍ର ଦାସ(୨୮)। ୨୩  ବର୍ଷୀୟା ପ୍ରତାରିତା ଯୁବତୀ ଜଣକ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୨୬୪/୨୬ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ବଳାତ୍କାର ମକଦ୍ଦମା ରୁଜୁ କରିଥିଲେ ।

ସୂଚନା ଅନୁସାରେ, ପ୍ରାୟ ୨ ବର୍ଷ ହେଲା ମହେନ୍ଦ୍ର ଯୁବତୀଙ୍କୁ ଭଲ ପାଉଥିଲେ। ବିବାହର ପ୍ରତିଶ୍ରୁତି ଦେଇ ସେ ଅନେକଥର ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ। ଯୁବତୀ ଜଣକ ଗର୍ଭବତୀ ହେବା ଜାଣିବା ପରେ  ଅଭିଯୁକ୍ତ ଜଣକ ଯୁବତୀଙ୍କ ସହ ସମସ୍ତ ସମ୍ପର୍କ ଛିନ୍ନ କରିବା ସହ ବିବାହ କରିବାକୁ ରୋକ୍ ଠୋକ୍ ମନା କରି ଦେଇଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଯୁବତୀଙ୍କ ଡାକ୍ତରୀ ମାଇନା କରାଯିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା।

ବୁଧବାର ତଦନ୍ତକାରୀ ଅଧିକାରୀ ଥାନା ଆଇଆଇସି ଅଭିଯୁକ୍ତଙ୍କୁ ଗିରଫ କରିବା ସହ  ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଇବା ପରେ ବ୍ରହ୍ମପୁର  କୋର୍ଟକୁ ଚାଲାଣ କରିଥିଲେ । ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?