Posted inଜାତୀୟ

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା ପରିସରରେ କାର୍‌ ପୂରାଇ ଦେଇଥିଲେ। ସେ ବାଚସ୍ପତି ବିଜେନ୍ଦ୍ର ଗୁପ୍ତାଙ୍କ ଚାମ୍ବର ନିକଟକୁ ଯାଇ ଫାଟକ ବାହାରେ ଏକ ଫୁଲତୋଡ଼ା ରଖି ଖସି ପଳାଇଥିଲେ। କିଛି ଘଣ୍ଟାର ତଲାସି ଅଭିଯାନ ପରେ ଅଭିଯୁକ୍ତଙ୍କୁ ଗିରଫ କରାଯିବା ସହ ତାଙ୍କ କାର୍‌କୁ ଜବତ କରାଯାଇଛି। ଅଭିଯୁକ୍ତ ସରବଜିତ ସିଂ ବୋଲି ଜଣାପଡ଼ିଛି। ତାଙ୍କ କାର୍‌କୁ ରୁପ୍‌ନଗର ଅଞ୍ଚଳରୁ ଜବତ କରାଯାଇଛି।
ଦିଲ୍ଲୀ ବିଧାନସଭାର ବଜେଟ ଅଧିବେଶନ ନିକଟରେ ଶେଷ ହୋଇଥିବାବେଳେ ଏକାଧିକ ବୋମା ଧମକ ଆସିବା ଲାଗି ରହିଛି। ଇତିମଧ୍ୟରେ କାର୍‌ ଜବରଦସ୍ତ ବିଧାନସଭା ପରିସରରେ ପଶିଯିବାକୁ ନେଇ ସୁରକ୍ଷା କର୍ମୀମାନେ ଭୟଭୀତ ହୋଇଯାଇଥିଲେ। କାର୍‌ରେ ଉତ୍ତରପ୍ରଦେଶର ରେଜିଷ୍ଟ୍ରେଶନ ନମ୍ବର ରହିଛି। ଅପରାହ୍ନ ପ୍ରାୟ ୨ଟା ବେଳେ ଉକ୍ତ ଟାଟା ସିଏରା କାର୍‌ଟି ୨ ନମ୍ବର ଗେଟ୍‌ ଅତିକ୍ରମ କରି ବିଧାନସଭା ପରିସରରେ ପ୍ରବେଶ କରିଥିଲା। ଏହାର ନମ୍ବର ପ୍ଲେଟ୍‌ରେ ୟୁପି-୨୬ ଏଜେଡ୍‌ ୮୦୯୦ ଲେଖାଯାଇଛି। ୨ ନମ୍ବର ଗେଟ୍‌ ଦେଇ ଭିଆଇପିମାନେ ପ୍ରବେଶ କରୁଥିବାବେଳେ ସେଠାରେ ସୁରକ୍ଷା ଦାୟିତ୍ୱରେ ସିଆର୍‌ପିଏଫ୍‌ ଯବାନ ମୁତୟନ ଥିଲେ। ଏହା ସତ୍ତ୍ୱେ କାର୍‌ କିପରି ଭିତରେ ପ୍ରବେଶ କରି ଖସି ପଳାଇବାକୁ ସକ୍ଷମ ହେଲା, ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଭିଯୁକ୍ତ ଜଣକ ବାଚସ୍ପତିଙ୍କ କାର୍‌ ଉପରକୁ ଶ୍ୟାହି ଫିଙ୍ଗିଥିବା ଜଣାପଡ଼ିଛି। ବୋମା ନିଷ୍କ୍ରିୟକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ ମଧ୍ୟ ବିସ୍ଫୋରକ କିମ୍ବା ଅନ୍ୟ କୌଣସି ସନ୍ଦେହଜନକ ପଦାର୍ଥ ମିଳିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ଏଇ ଭାରତରେ

ଗାର୍ବେଜ କ୍ଲିନିକ୍‌ ବା ବର୍ଜ୍ୟ କ୍ଲିନିକ୍‌ କଥା ଶୁଣିଛନ୍ତି କି। ହଁ, ଏମିତିକା କ୍ଲିନିକ୍‌ ଚାଲିଛି ଦିଲ୍ଲୀରେ। ପ୍ରବୀଣ ନାୟକ ଇଞ୍ଜିନିୟରିଂ କ୍ୟାରିୟର ଛାଡ଼ି ଦିଲ୍ଲୀକୁ ସବୁଜ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri