ଭୁଲିଗଲେ ସମ୍ପର୍କ: ସ୍ତ୍ରୀଙ୍କ ଅଶ୍ଳିଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ସ୍ବାମୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଭୁଲିଗଲେ ସମ୍ପର୍କ। ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ କରିବା ଅଭିଯୋଗରେ ବନ୍ଧା ହେଲେ ସ୍ବାମୀ। ଏଭଳି ଏକ ଘଟଣାରେ କମିଶନରେଟ ପୋଲିସର ଭୁବନେଶ୍ୱରସ୍ଥିତ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ବାଉଁଶଡ଼ା ଗ୍ରାମର ସରୋଜ କୁମାର ଦାସ। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ସୂଚନାନୁଯାୟୀ, ୨୦୧୮ରେ ସରୋଜ ବିବାହ କରିଥିଲେ। ଏହାପରେ ସ୍ତ୍ରୀଙ୍କୁ ନେଇ ତାମିଲନାଡ଼ୁରେ ରହୁଥିଲେ। ସରୋଜ ସେଠାରେ ପାଣି ପାଇପ ମିସ୍ତ୍ରି ଭାବେ କାମ କରୁଥିଲେ। ହେଲେ ରୋଜଗାର ଟଙ୍କାରେ ମଦ୍ୟପାନ କରିବା ସହ ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ। ଏଥିସହ ବିବାହ ପୂର୍ବରୁ ସ୍ତ୍ରୀ ରଖିଥିବା ସମସ୍ତ ସଞ୍ଚୟ ଟଙ୍କାକୁ ଖର୍ଚ୍ଚ କରି ଦେଇଥିଲେ। ଏପରିକି ତାଙ୍କ ଆକାଉଣ୍ଟରେ ଏକ ୨ଲକ୍ଷ ଟଙ୍କାର ଲୋନ୍‌ ମଧ୍ୟ କରିଦେଇଥିଲେ। ୨୦୨୦ରେ ଲକ୍‌ଡାଉନ ହେବା ପରେ ସ୍ତ୍ରୀ ଭୁବନେଶ୍ୱର ଚାଲିଆସିଥିଲେ। ଏଠାରେ ସେବେଠାରୁ କ୍ୟାପିଟାଲ ଥାନା ଅଞ୍ଚଳରେ ଘରୋଇ ସହାୟକ ଭାବେ କାମ କରୁଛନ୍ତି। ସ୍ବାମୀ ସରୋଜ ଟଙ୍କା ମାଗିଲେ ସେ ମନା କରନ୍ତି। ଗତ ଫେବୃୟାରୀରେ ସରୋଜ ଟଙ୍କା ଦେବାକୁ ବାଧ୍ୟ କରିଥିଲେ। ହେଲେ ସ୍ତ୍ରୀ ଟଙ୍କା ନ ଦେବାରୁ ପୂର୍ବରୁ ରଖିଥିବା ଅନ୍ତରଙ୍ଗ ମୁହୁର୍ତ୍ତର ଭିଡିଓକୁ ଭାଇରାଲ କରିଦେବାକୁ ଧମକ ଦେଇଥିଲେ। ବହୁ ବାଧ୍ୟ କରିବା ପରେ ଟଙ୍କା ନ ପାଇବାରୁ ସରୋଜ ସ୍ତ୍ରୀଙ୍କ ୧୦ରୁ ଅଧିକ ସମ୍ପର୍କୀୟଙ୍କ ଫେସବୁକ୍‌ ମେସେଞ୍ଜରରେ ଅଶ୍ଳୀଳ ଭିଡିଓ ପଠାଇ ଦେଇଥିଲେ। ସମ୍ପର୍କୀୟମାନେ ଏନେଇ ତାଙ୍କ ସ୍ତ୍ରୀଙ୍କୁ ଜଣାଇବାରୁ ସେ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନାରେ ସରୋଜଙ୍କ ନାଁରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଫେବୃୟାରୀ ୭ରେ ଏକ ମାମଲା (ନଂ. ୩/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସ୍ବାମୀ ସରୋଜ ତାମିଲନାଡ଼ୁରୁ ଫେରିଥିବା ଖବର ମିଳିବା ପରେ ପୋଲିସ ତାଙ୍କ ଗାଁରେ ସୋମବାର ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri