ଭୁଲିଗଲେ ସମ୍ପର୍କ: ସ୍ତ୍ରୀଙ୍କ ଅଶ୍ଳିଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ସ୍ବାମୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଭୁଲିଗଲେ ସମ୍ପର୍କ। ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ କରିବା ଅଭିଯୋଗରେ ବନ୍ଧା ହେଲେ ସ୍ବାମୀ। ଏଭଳି ଏକ ଘଟଣାରେ କମିଶନରେଟ ପୋଲିସର ଭୁବନେଶ୍ୱରସ୍ଥିତ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ବାଉଁଶଡ଼ା ଗ୍ରାମର ସରୋଜ କୁମାର ଦାସ। ପୋଲିସ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ସୂଚନାନୁଯାୟୀ, ୨୦୧୮ରେ ସରୋଜ ବିବାହ କରିଥିଲେ। ଏହାପରେ ସ୍ତ୍ରୀଙ୍କୁ ନେଇ ତାମିଲନାଡ଼ୁରେ ରହୁଥିଲେ। ସରୋଜ ସେଠାରେ ପାଣି ପାଇପ ମିସ୍ତ୍ରି ଭାବେ କାମ କରୁଥିଲେ। ହେଲେ ରୋଜଗାର ଟଙ୍କାରେ ମଦ୍ୟପାନ କରିବା ସହ ସ୍ତ୍ରୀଙ୍କୁ ମାଡ଼ ମାରୁଥିଲେ। ଏଥିସହ ବିବାହ ପୂର୍ବରୁ ସ୍ତ୍ରୀ ରଖିଥିବା ସମସ୍ତ ସଞ୍ଚୟ ଟଙ୍କାକୁ ଖର୍ଚ୍ଚ କରି ଦେଇଥିଲେ। ଏପରିକି ତାଙ୍କ ଆକାଉଣ୍ଟରେ ଏକ ୨ଲକ୍ଷ ଟଙ୍କାର ଲୋନ୍‌ ମଧ୍ୟ କରିଦେଇଥିଲେ। ୨୦୨୦ରେ ଲକ୍‌ଡାଉନ ହେବା ପରେ ସ୍ତ୍ରୀ ଭୁବନେଶ୍ୱର ଚାଲିଆସିଥିଲେ। ଏଠାରେ ସେବେଠାରୁ କ୍ୟାପିଟାଲ ଥାନା ଅଞ୍ଚଳରେ ଘରୋଇ ସହାୟକ ଭାବେ କାମ କରୁଛନ୍ତି। ସ୍ବାମୀ ସରୋଜ ଟଙ୍କା ମାଗିଲେ ସେ ମନା କରନ୍ତି। ଗତ ଫେବୃୟାରୀରେ ସରୋଜ ଟଙ୍କା ଦେବାକୁ ବାଧ୍ୟ କରିଥିଲେ। ହେଲେ ସ୍ତ୍ରୀ ଟଙ୍କା ନ ଦେବାରୁ ପୂର୍ବରୁ ରଖିଥିବା ଅନ୍ତରଙ୍ଗ ମୁହୁର୍ତ୍ତର ଭିଡିଓକୁ ଭାଇରାଲ କରିଦେବାକୁ ଧମକ ଦେଇଥିଲେ। ବହୁ ବାଧ୍ୟ କରିବା ପରେ ଟଙ୍କା ନ ପାଇବାରୁ ସରୋଜ ସ୍ତ୍ରୀଙ୍କ ୧୦ରୁ ଅଧିକ ସମ୍ପର୍କୀୟଙ୍କ ଫେସବୁକ୍‌ ମେସେଞ୍ଜରରେ ଅଶ୍ଳୀଳ ଭିଡିଓ ପଠାଇ ଦେଇଥିଲେ। ସମ୍ପର୍କୀୟମାନେ ଏନେଇ ତାଙ୍କ ସ୍ତ୍ରୀଙ୍କୁ ଜଣାଇବାରୁ ସେ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନାରେ ସରୋଜଙ୍କ ନାଁରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଫେବୃୟାରୀ ୭ରେ ଏକ ମାମଲା (ନଂ. ୩/୨୦୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସ୍ବାମୀ ସରୋଜ ତାମିଲନାଡ଼ୁରୁ ଫେରିଥିବା ଖବର ମିଳିବା ପରେ ପୋଲିସ ତାଙ୍କ ଗାଁରେ ସୋମବାର ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri