Posted inଖେଳ

କ୍ରିକେଟର ସ୍ତ୍ରୀଙ୍କୁ ଧମକ ଦେବା ପଡିଲା ମହଙ୍ଗା

କୋଲକାତା,୨୬।୧୦: ଭାରତୀୟ ଦଳର ପେସର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାନଙ୍କୁ ଧମକ ଅଭିଯୋଗରେ କୋଲକାତା ପୋଲିସ ବୁଧବାର ୨୫ ବର୍ଷ ଯୁବକଙ୍କୁ ଗିରଫ କରିଛି। ଗତ ଦୁଇ ମାସ ମଧ୍ୟରେ ହସିନଙ୍କୁ ଅନେକ ଥର ଧମକ ଦେଇଥିବା ସେ ପୋଲିସରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ଆରମ୍ଭ କରି କ୍ୟାନିଂ ଷ୍ଟେଶନ ରୋଡ ଅଞ୍ଚଳରୁ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ପୋଲିସ ଅଧିକାରୀ କହିଛନ୍ତି ଯେ, ଜାହାନଙ୍କ ଘରେ କାମ କରୁଥିବା ମହିଳା ପ୍ରଥମେ ଫୋନ କରିଥିଲେ। ତା’ପରେ ତାଙ୍କ ପୁଅ ବୋଲି ଦାବି କରୁଥିବା ବ୍ୟକ୍ତି ଫେଶନ କରି ଟଙ୍କା ମାଗୁଥିଲେ। ଟଙ୍କା ନ ଦେଲେ ସେ ସୋସିଆଲ ମିଡିଆରେ ଜାହାନଙ୍କ ବ୍ୟକ୍ତିଗତ ଫଟୋ ଏବଂ ମୋବାଇଲ ନମ୍ବର ପୋଷ୍ଟ କରିବାକୁ ଧମକ ଦେଇଥିଲେ। ଏହି ବ୍ୟକ୍ତି ଶାମିଙ୍କ ସ୍ତ୍ରୀଙ୍କୁ ମଧ୍ୟ ଦୁର୍ବ୍ୟବହାର କରିଥିଲେ। ଜାହାନ ପ୍ରଥମେ ଏଭଳି ଫେଶନ କଲ୍‌କୁ ଅଣଦେଖା କରିଥିଲେ କିନ୍ତୁ ପରିସ୍ଥିତି ଅଣାୟତ୍ତ ହେବାରୁ ସେ ନଭେମ୍ବର ୨୨ରେ ଅଭିଯୋଗ କରିଥିଲେ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri