ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ପୋକ୍ସୋ (POCSO) କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ରାଜମିସ୍ତ୍ରୀ କାମ କରୁଥିବା ଜଗଦୀଶ ବେହେରା (୨୬)। କୋର୍ଟରେ ତାଙ୍କ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ବ୍ରହ୍ମପୁର ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ଗତ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଅଭିଯୁକ୍ତ ଜଗଦୀଶ ସମ୍ପୃକ୍ତ ନାବାଳିକାଙ୍କୁ ଅସଦାଚରଣ କରିଥିଲେ। ନାବାଳିକା ଜଣଙ୍କ ଭୟରେ ପାଟି କରିବାରୁ ଅଭିଯୁକ୍ତ ଜଣକ ସେଠାରୁ ଦୌଡ଼ି ପଳାଇଥିଲେ। ଏହାପରେ ନାବାଳିକା ଜଣଙ୍କ ନିଜ ପରିବାର ଲୋକଙ୍କ ସହ ଦିଗପହଣ୍ଡି ଥାନାରେ ପହଞ୍ଚି ଲିଖିତ ଏତଲା ଦେଇଥିଲେ। ଏତଲାକୁ ଆଧାର କରି ଥାନା ଆଇଆଇସି କିଶୋର କୁମାର ସାମଲ ମାମଲା ନଂ. ୩୮୨/୨୬ ଏବଂ ପୋକ୍ସୋ ଆକ୍ଟର ଧାରା ୧୨ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ।

ମାମଲାର ତଦନ୍ତକାରୀ ଅଫିସର ଏସ୍.ଆଇ. ସୋଫିଆ ମିଶ୍ର ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ପରେ ଅଭିଯୁକ୍ତକୁ କୌଶଳକ୍ରମେ ଗିରଫ କରିଥିଲେ। ବ୍ରହ୍ମପୁର ଡାକ୍ତରଖାନାରେ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କର ଡାକ୍ତରୀ ମାଇନା କରାଯିବା ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିଲା।

ପୋଲିସ ସୂଚନା ଅନୁଯାୟୀ, ନାବାଳିକାଙ୍କ ସହ ଅଭିଯୁକ୍ତ ଜଗଦୀଶଙ୍କର ପୂର୍ବରୁ ସମ୍ପର୍କ ଥିଲା। ପରବର୍ତ୍ତୀ ସମୟରେ ଅଭିଯୁକ୍ତ ଅନ୍ୟତ୍ର ବିବାହ କରିଥିଲେ ମଧ୍ୟ ମନ୍ଦ ଉଦ୍ଦେଶ୍ୟ ରଖି ନାବାଳିକାଙ୍କୁ ପିଛା କରୁଥିଲେ। ଏପରିକି ତାଙ୍କ ମୋବାଇଲ ନମ୍ବର ସଂଗ୍ରହ କରି ଅଯଥା ଫୋନ୍ କଲ୍‌ କରି ନିର୍ଯାତନା ଦେଉଥିଲେ। ଶେଷରେ ମଙ୍ଗଳବାର ସେ ନାବାଳିକାଙ୍କୁ ପିଛା କରି ଅସଦାଚରଣ କରିଥିବା ଏତଲାରେ ଉଲ୍ଲେଖ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?