ସ୍ତ୍ରୀ-ବଡ଼ ପୁଅକୁ ହାଣିଲେ, ୨ ବର୍ଷର ପୁଅକୁ ଖୁଣ୍ଟରେ ପିଟି ଫେରାର ହୋଇଗଲେ ବ୍ୟକ୍ତି, ମୁମୂର୍ଷୁ ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ,୧୬ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ଆରୁହାବୃତ୍ତି ୨ (ଦହମୁଣ୍ଡା ) ଗ୍ରାମର ରବିବାର ବିଳମ୍ବିତ ରାତିରେ ଏକ ବୀଭତ୍ସ କାଣ୍ଡ ଘଟିଛି। ଉକ୍ତ ଗ୍ରାମର ପ୍ରଶାନ୍ତ ଜେନା ଓରଫ ପଲଟୁ ଜେନା (୪୪ ) ଘରୋଇ କଳହରୁ ଭାରସାମ୍ୟ ହରାଇ ସ୍ତ୍ରୀ ଦେୀରାଣୀ ଜେନା (୩୨) ବଡ଼ପୁଅ କାର୍ତ୍ତିକ( ୫ )କୁ ଏକ ଧାରୁଆ ଅସ୍ତ୍ରରେ ମୁଣ୍ଡ, ଗୋଡ଼ ଓ ହାତକୁ କାଟିବା ପରେ ସାନପୁଅ ଗଣେଶ (୨ )କୁ ଘର ସିମେଣ୍ଟ ଖୁଣ୍ଟକୁ ଠେଲିଦେଇ ଘରୁ ଫେରାର ହୋଇଯାଇଛନ୍ତି। ଘରେ ପଲଟୁଙ୍କ ମାତାପିତା ଥିବାବେଳେ ଏଭଳି ଅଭାବନୀୟ ଘଟଣା ପାଖ ପଡ଼ୋଶୀଙ୍କୁ ଚକିତ କରିଛି। ଘରେ ଚିତ୍କାର ଶୁଣି ପଡ଼ୋଶୀ ଛୁଟି ଆସିବା ସହିତ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରଥେମେ କମର୍ଦ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ନିମନ୍ତେ ନିଆଯାଇଥିଲା। ସେଠାରେ ମହିଳା ଓ ୨ ଶିଶୁଙ୍କ ଅବସ୍ଥା ଉଦ୍‌ବେଗଜନକ ହେବାରୁ ସୋମବାର ସକାଳୁ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଛି। ଖବରଲେଖା ହେଲା ବେଳକୁ ସେଠାରେ ମା’ ଓ ବଡ଼ପୁଅର ଅବସ୍ଥା ସଙ୍କଟଜନକ ରହିଥିବାବେଳେ ସାନପୁଅର ଅବସ୍ଥା ସ୍ଥିତିଶୀଳ ରହିଥିବାର ସୂଚନା ମିଳିଛି। କମର୍ଦ୍ଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଜାରି ରଖିଛି।

ସୂଚନାନୁଯାୟୀ ଯୁବକ ବ୍ୟକ୍ତି ଜଣକ ପାଠୁଆ ହୋଇଥିବାବେଳେ ଜଣେ ଗରିବ କୃଷକ। ସେ କେବେ ନିଶାଗ୍ରସ୍ତ ନ ଥିବାବେଳେ ସ୍ତ୍ରୀଙ୍କ ଅଣ୍ଟା ଜନିତ ରୋଗରେ ବହୁ ଅର୍ଥ ମାଗିଯାଚି ଆଣି ୫ କୁଟୁମ୍ବ ପ୍ରତିପୋଷଣ କରିଥାନ୍ତି ବୋଲି ଗ୍ରାମବାସୀ କହିଛନ୍ତି l ଆର୍ଥିକ ସ୍ଥିତି ଅତ୍ୟନ୍ତ ଖରାଫ ଥିବାରୁ ଘରେ ସ୍ତ୍ରୀ ଓ ସ୍ବାମୀସହିତ କଳହ ଲାଗୁଥିବାର ପାଖ ପଡ଼ୋଶୀ କହିଛନ୍ତି। ପଲଟୁଙ୍କ ଏଭଳି କାଣ୍ଡକୁ ଗ୍ରାମବାସୀଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ପଲଟୁ ମୃତ କିମ୍ବା ଜୀବିତ ତାହା ସ୍ପଷ୍ଟ ଜଣାପଡ଼ିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?