Posted inରାଜ୍ୟ

ପ୍ରେମିକାଙ୍କ ଘରକୁ ଡାକି ପ୍ରେମିକଙ୍କୁ ପିଟିଲେ

ଭଦ୍ରକ ଅଫିସ, ୨୪।୧୨- ପ୍ରେମ କରି ମନ୍ଦିରରେ ବିବାହ କରିଥିଲେ। କିନ୍ତୁ ପ୍ରତାରଣା ଦେଲେ ପ୍ରେମିକା। ଘରକୁ ଡକାଇ ପରିବାର ବର୍ଗଙ୍କ ହାତରେ ଧରା ପକାଇ ଦେଲେ ପ୍ରେମିକଙ୍କୁ। ପ୍ରେମିକାଙ୍କ ପ୍ରତାରଣାର ଶିକାର ହୋଇଥିବା ପ୍ରେମିକ ଶେଷରେ ମାଡ଼ ଖାଇ ଗୁରୁତର ଅବସ୍ଥାରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଯୁବକଙ୍କ ପରିବାର ଲୋକେ ଏଠାରେ ପହଞ୍ଚି ଭଦ୍ରକ ଟାଉନ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୩ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ଗୁରୁତର ଯୁବକ କୋରାପୁଟ ଜିଲା ଜୟପୁରର ସମୀର ସାମଲଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ.୪୬୭/୨୧) ରୁଜୁ କରିିଛି।

ଅଭିଯୋଗରେ ସମୀର ଦର୍ଶାଇଛନ୍ତି ଯେ, ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଞ୍ଚଳର ଜଣେ ଯୁବତୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା। ୪ ବର୍ଷ ପୂର୍ବେ ସେମାନେ ଭଦ୍ରକର ଏକ ମନ୍ଦିରରେ ପ୍ରେମବିବାହ କରିଥିଲେ। ଯୁବତୀ ଜଣଙ୍କ ବାପଘରେ ରହୁଥିବା ବେଳେ ସେ ଜୟପୁରରେ ରହୁଥିଲେ। ତିନିମାସ ହେଲା ମୋବାଇଲ ଯୋଗେ କଥା ହେବା ବେଳେ ଉଭୟଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା ଏବଂ ପ୍ରେମିକା ଭଦ୍ରକ ଆସି ତାଙ୍କୁ ନେଇଯିବା ପାଇଁ କହିଥିଲେ। ସେ ଗୁରୁବାର ଭଦ୍ରକରେ ପହଞ୍ଚିଥିଲେ। ହେଲେ ପୂର୍ବ ଯୋଜନା ମୁତାବକ ପ୍ରେମିକାଙ୍କ ଭିଣୋଇ ଓ ଭାଇ ମିଶି ତାଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଏହାପରେ ତାଙ୍କୁ ଏକ ଅଟୋରେ ନେଇ ବନ୍ତ ଅଞ୍ଚଳର ଜଣେ ସମ୍ପର୍କୀୟଙ୍କ ଘରେ ରଖି ରାତିସାରା ନିର୍ଧୂମ ମାଡ଼ ମାରିଥିଲେ। ଖବର ପାଇ ସେଠାକାର ଗ୍ରାମବାସୀ ପହଞ୍ଚି ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri