ସୁଭଦ୍ରା ଯୋଜନା ଫର୍ମ ପାଇଁ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼

ରଣପୁର,୩ା୯(ସୁକାନ୍ତ କିଶୋର ଡାକୁଆ): ସୁଭଦ୍ରା ଯୋଜନା ଫର୍ମ ପାଇଁ ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆହତ କର୍ମୀଙ୍କୁ ରଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ନୟାଗଡ଼ ଜିଲା ରଣପୁର ମହତପଲ ପଞ୍ଚାୟତ ଡିମିରିଆ ଗ୍ରାମରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀ ମୀନାକ୍ଷୀବାଳା ପରିଡ଼ା ସୁଭଦ୍ରା ଯୋଜନା ପାଇଁ ଫର୍ମ ବଣ୍ଟନ କରୁଥିଲେ। ସେହି ଗ୍ରାମର ସରୋଜ କୁମାର ମହାପାତ୍ର ଫର୍ମ ପାଇଁ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ଅଙ୍ଗନଓ୍ବାଡି କର୍ମୀଙ୍କ ଘରେ ପହଞ୍ଚତ୍ଥିଲେ। ସେତେବେଳେ ମୀନାକ୍ଷୀବାଳା ହିତାଧିକାରୀଙ୍କୁ ଅଣ୍ଡା ବଣ୍ଟନ କରୁଥିଲେ। ଫଳରେ ସରୋଜଙ୍କୁ ଫର୍ମ ଦେବାରେ ବିଳମ୍ବ ହୋଇଥିଲା। ଏଥିରେ ସରୋଜ ଉତ୍ତେଜିତ ହୋଇ ମୀନାକ୍ଷୀବାଳାଙ୍କ ଝିଅଙ୍କୁ ଏକ ଘରେ ବନ୍ଦ କରି ଦେଇଥିଲେ। ଏହାକୁ ନେଇ ମୀନାକ୍ଷୀବାଳାଙ୍କ ସହିତ ସରୋଜଙ୍କ ପାଟିତୁଣ୍ଡ ହୋଇଥିଲା। ସରୋଜ ତାଙ୍କୁ ମାଡ଼ ମାରିଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ସେଠାରେ ଥିବା କେତେଜଣ ଲୋକ ସରୋଜଙ୍କୁ କାବୁ କରିବା ସହ ମାଡ଼ ମାରିଥିବା ସେ ଥାନାରେ ଅଭିଯୋଗ କରିଛନ୍ତି। ପରିବାର ଲୋକେ ପହଞ୍ଚି ମୀନାକ୍ଷୀବାଳାଙ୍କୁ ରଣପୁର ସରକାରୀ ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ଏହି ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ସେ ଡାକ୍ତରଖାନାରେ ଅଛନ୍ତି। ମୀନାକ୍ଷୀବାଳାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ବିଜୁ ପଟ୍ଟନାୟକ ମାର୍ଗରେ ନିଆରା ଗଣେଶ ପୂଜା: ରାଧାକୃଷ୍ଣ ବେଶରେ ପୂଜା ପାଉଛନ୍ତି ଗଜାନନ

ଗଞ୍ଜାମ, ୧୬/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ଅଗ୍ରପୂଜ୍ୟ ଗଣେଶଙ୍କ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଥିବାବେଳେ ବିଜୁ ପଟ୍ଟନାୟକ ମାର୍ଗରେ ଆୟୋଜିତ ଗଣେଶ ପୂଜା…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…

ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ…

ଦକ୍ଷିଣୀ ଷୌଣ୍ଡିକ ସମାଜ ସାହୁ ପରିବାରର ସାମୂହିକ ନୂଆଁଖାଇ: ସମାଜକୁ ଦେଲେ ଏକତାର ବାର୍ତ୍ତା

କେସିଙ୍ଗା,୧୬।୯(ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ‘ନୂଆଁଖାଇ’ ଅବସରରେ କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ଦକ୍ଷିଣୀ ଷୌଣ୍ଡିକ ସମାଜର ସାହୁ ପରିବାର ପକ୍ଷରୁ ଭବ୍ୟ…

ପ୍ରଶାସନକୁ ହସ୍ତାନ୍ତର ହୋଇନାହିଁ ଅଙ୍ଗନୱାଡ଼ି କେନ୍ଦ୍ର: ବିପଦସଙ୍କୁଳ ସ୍କୁଲ ବାରଣ୍ଡାରେ ବସୁଛନ୍ତି ଶିଶୁ

ଲାଞ୍ଜିଗଡ଼,୧୬ା୯(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ଠାରେ ୨୦୧୫ରେ ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ଆରମ୍ଭ ହୋଇ ସମ୍ପୂର୍ଣ୍ଣ ହେବାର ୪ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ପ୍ରଶାସନକୁ…

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?