ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ

ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲା ସ୍ୱାମୀ । ପତ୍ନୀର ବଡ଼ ଭଉଣୀକୁ ଏକ ତରଫା ପ୍ରେମ କରି ବିଫଳ ହେବାରୁ ଏଭଳି କିଛି ଉଦ୍ୟମ କରିଛି ଅଭିଯୁକ୍ତ। ଖବର ଅନୁଯାୟୀ ବ୍ୟକ୍ତି ଜଣକ ତାଙ୍କ ପିକଅପ୍ ଭ୍ୟାନ୍ ରେ ମହିଳାଙ୍କ ସ୍କୁଟିକୁ ଧକ୍କା ଦେଇ ଇନଫୋସିଟି ଅଞ୍ଚଳରେ ପ୍ରାୟ ୫୦୦ ମିଟର ପର୍ଯ୍ୟନ୍ତ ଟାଣି ନେଇଥିଲେ।

ସୂଚନାନୁସାରେ, ଅଭିଯୁକ୍ତ ଅକ୍ଷୟ କୁମାର ବେହେରା ପୀଡିତାଙ୍କ ବଡ ଭଉଣୀଙ୍କୁ ଏକପାଖିଆ ପ୍ରେମ କରୁଥିଲେ। ତେବେ ଏହି କାରଣରୁ ଦୁଇ ପରିବାର ମଧ୍ୟରେ ବିବାଦ ଲାଗି ରହିଥିଲା। ଖବର ଅନୁଯାୟୀ ଅଭିଯୁକ୍ତ ପୀଡିତାଙ୍କୁ ହତ୍ୟା କରିବାର ଧମକ ଦେଇଥିଲା

ଶନିବାର ସନ୍ଧ୍ୟାରେ ଯେତେବେଳେ ମହିଳା ଜଣକ ନିଜ ସ୍କୁଟିରେ ଘରକୁ ଫେରୁଥିଲେ, ଅଭିଯୁକ୍ତ କଅପ୍ ଭ୍ୟାନ୍ ରେ ଆସି ସ୍କୁଟିକୁ ଧକ୍କା ଦେଇଥିଲା। ଏହାପରେ ସେ ତାଙ୍କୁ ପ୍ରାୟ ୫୦୦ ମିଟର ପର୍ଯ୍ୟନ୍ତ ଟାଣି ନେଇଥିଲେ। ଘଟଣାସ୍ଥଳରେ ଉପସ୍ଥିତ ସ୍ଥାନୀୟ ଲୋକ ଅଭିଯୁକ୍ତକୁ ଅଟକାଇବାକୁ ଚେଷ୍ଟା କରିଥିଲେ ଏବଂ ତାଙ୍କୁ କାବୁ କରିଥିଲେ।

ପୀଡିତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଖବର ଅନୁଯାୟୀ, ତାଙ୍କ ଡାହାଣ ହାତର ହାଡ ଭାଙ୍ଗି ଯାଇଥିବା ସ୍କୁଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି।

ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଥିଲା। ପୋଲିସ ସ୍କୁଟି ଏବଂ ପିକଅପ୍ ଭ୍ୟାନ୍କୁ ମଧ୍ୟ ଜବତ କରି ଏହି ଘଟଣାର ବିସ୍ତୃତ ଅନୁସନ୍ଧାନ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?