Posted inଜାତୀୟ

ପ୍ରେମିକାଙ୍କୁ ପିଟିଥିବା ପ୍ରେମିକଙ୍କ ଘର ଉପରେ ଚଢିଲା ବୁଲଡୋଜର

ଭୋପାଳ,୨୫।୧୨: ମଧ୍ୟପ୍ରଦେଶର ରେୱା ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ତାଙ୍କ ଗର୍ଲଫ୍ରେଣ୍ଡକୁ ଅତି ନିର୍ମମ ଭାବେ ପିଟୁଥିବାର ଭିଡିଓ ଭାଇରାଲ ହେବା ପରେ ପୋଲିସ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାରେ ପୋଲିସ ସମ୍ପୃକ୍ତ ଯୁବକଙ୍କ ଘର ଉପରେ ବୁଲଡୋଜର ଚଢାଇଛି। ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍‌ କରି କହିଛି ଯେ, ଅଭିଯୁକ୍ତ ପଙ୍କଜ ତ୍ରିପାଠୀଙ୍କୁ ଗିରଫ କରାଯାଇଛି ଏବଂ ତାଙ୍କ ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ବାତିଲ କରାଯାଇଛି। ତାଙ୍କ ବେଆଇନ ଘରକୁ ବୁଲଡୋଜର ଦ୍ୱାରା ଭାଙ୍ଗି ଦିଆଯାଇଛି।
ପୋଲିସର ସୂଚନାନୁସାରେ, ମୁଖ୍ୟ ଅଭିଯୁକ୍ତ ପଙ୍କଜ ତ୍ରିପାଠୀ ମାଉଗଞ୍ଜ ଅଞ୍ଚଳର ଧେରା ଗାଁର ବାସିନ୍ଦା। ପୀଡିତା ଏବଂ ଅଭିଯୁକ୍ତଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା, ପରେ ଅଭିଯୁକ୍ତ ଯୁବତୀଙ୍କୁ ନିର୍ମମ ଭାବେ ପିଟିଥିଲେ। ଭାଇରାଲ ହୋଇଥିବା ଭିଡିଓରେ ଦେଖାଯାଉଛି ଯେ, ପଙ୍କଜ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ କୌଣସି ସ୍ଥାନକୁ ଯାଉଛନ୍ତି। ଯୁବତୀ ଜଣକ ତାଙ୍କୁ ବାରମ୍ବାର ବିବାହ କରିବାକୁ କହୁଛନ୍ତି। ଏଥିରେ ରାଗିଯାଇ ପଙ୍କଜ ତାଙ୍କୁ ପିଟୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri