ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ ଭାବେ ହତ୍ୟା କରାଯିବା ଘଟଣାରେ ପୋଲିସ ବୁଧବାର ଆଉ ୨ ଜଣ ମହିଳାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଦୁଇ ମହିଳା ହେଲେ ସିକନବାଡ଼ି ଗ୍ରାମର ବିସ୍ତାଜିନି ପ୍ରଧାନ ଓ ନଳିତା ପ୍ରଧାନ। ଏହି ଦୁଇ ମହିଳାଙ୍କ ଗିରଫ ପରେ ଘଟଣାରେ ମୋଟ ଗିରଫଦାରୀ ସଂଖ୍ୟା ୧୦ରେ ପହଞ୍ଚିଥିବା ନେଇ ଥାନାଧିକାରୀ (ଆଇଆଇସି) ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ମୃତ ମିଶ୍ର ପ୍ରଧାନଙ୍କ ସହ ତାଙ୍କର ୨ ପୁତୁରାଙ୍କର ଦୀର୍ଘ ଦିନରୁ ଜମିଜମା ବିବାଦ ଲାଗିରହିଥିଲା। ଏହାକୁ ନେଇ ମିଶ୍ର ନିଜ ପୁତୁରାମାନଙ୍କୁ ବାରମ୍ବାର ଧମକଚମକ ଦେଇ ଆସୁଥିଲେ। ଏଥିସହିତ ସେ ଗୁଣିଗାରେଡ଼ି କରୁଥିବା ନେଇ ମଧ୍ୟ ଗ୍ରାମବାସୀଙ୍କ ମନରେ ସନ୍ଦେହ ବୃଦ୍ଧି ପାଇଥିଲା। ଏହାକୁ ନେଇ ଗାଁରେ ଏକ ବୈଠକ ବସିବା ପରେ ଗ୍ରାମର ଏକାଧିକ ଲୋକ ମିଶ୍ରଙ୍କୁ ଜଙ୍ଗଲ ଭିତରକୁ ନେଇ ପିଟି ପିଟି ହତ୍ୟା କରିଥିଲେ। ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୃତଦେହକୁ ପୋଡ଼ି ଦେଇଥିଲେ।

କୌଣସି ସୂତ୍ରରୁ ଖବର ପାଇ ଦାରିଙ୍ଗବାଡ଼ି ପୋଲିସ ମାମଲା (କେସ୍‌ ନଂ. ୨୧୨/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ପୂର୍ବରୁ ଅଗଷ୍ଟ ୧୭ ତାରିଖରେ ୨ ଜଣଙ୍କୁ, ମଙ୍ଗଳବାର ୬ ଜଣଙ୍କୁ ଏବଂ ବୁଧବାର/ଗୁରୁବାର ଆଉ ୨ ଜଣ ମହିଳାଙ୍କୁ ଗିରଫ କରିଛି। ଏହି ହତ୍ୟାକାଣ୍ଡରେ ଅନ୍ୟ କାହାର ସମ୍ପୃକ୍ତି ଅଛି କି ନାହିଁ, ସେ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ାରେ ବଲାଙ୍ଗୀର ପୋଲିସର ଚଢ଼ାଉ: ବିପୁଳ ସୁନା-ରୂପା ଅଳଙ୍କାର ଜବତ, ୨ ସନ୍ଦିଗ୍ଧ…

କଲ୍ୟାଣସିଂହପୁର, ୨୬।୮ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ବଲାଙ୍ଗୀର ଜିଲା ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଚୋରି ସୁନା ଓ ରୂପା ଅଳଙ୍କାର ଜବତ…

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri