Posted inଜାତୀୟ

ଲାଇଭ୍‌ କ୍ରିକେଟ ମ୍ୟାଚ ସମୟରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେବାରୁ, ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ମାରିଦେଲେ ଲୋକ

ମାଙ୍ଗାଲୁରୁୁ,୨୯।୪: କର୍ଣ୍ଣାଟକର ମାଙ୍ଗାଲୁରୁ ସହରରେ ଏକ ସ୍ଥାନୀୟ କ୍ରିକେଟ ମ୍ୟାଚ ସମୟରେ ଜଣେ ବ୍ୟକ୍ତିଙ୍କୁ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକ ପିଟି ପିଟି ମାରି ଦେଇଛନ୍ତି। ଏହି ଘଟଣା ରବିବାର ଅପରାହ୍ନ ପ୍ରାୟ ୩ଟା ସମୟରେ କୁଡୁପୁ ଅଞ୍ଚଳର ଭଟ୍ରା କାଲ୍ଲୁର୍ତି ମନ୍ଦିର ନିକଟରେ ଘଟିଛି।

ପୋଲିସ ସୂଚନା ଅନୁଯାୟୀ, ଅଜଣା ପରିଚୟର ଏହି ବ୍ୟକ୍ତି ମ୍ୟାଚ ଚାଲିଥିବା ସମୟରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଇଥିଲେ, ଯାହା ଦେଖି ଉପସ୍ଥିତ କିଛି ଲୋକ ତାଙ୍କୁ ଆକ୍ରମଣ କରିଥିଲେ। ତେବେ ବାଡ଼ି ଓ ଲାତ ମାଡ଼ରେ ତାଙ୍କୁ ର୍ନିମମ ଭାବେ ପିଟାଯାଇଥିଲା। କିଛି ଦର୍ଶକ ହସ୍ତକ୍ଷେପ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ତାଙ୍କୁ ରକ୍ଷା କରି ପାରି ନଥିଲେ। ଘଟଣା ପରେ ତାଙ୍କ ମୃତଦେହ ମନ୍ଦିର ନିକଟରୁ ଉଦ୍ଧାର ହୋଇଥିଲା।
ମାଙ୍ଗାଲୁରୁ ପୋଲିସ କମିଶନର ଅନୁପମ ଅଗ୍ରୱାଲ କହିଛନ୍ତି ଯେ, ପ୍ରାରମ୍ଭିକ ତଦନ୍ତରେ ଶରୀରରେ ବାହ୍ୟ ଆଘାତର ଚିହ୍ନ ମିଳି ନ ଥିଲା। କିନ୍ତୁ, ୱେନଲକ ଜିଲ୍ଲା ହସ୍ପିଟାଲରେ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଛି ଯେ, ଅନ୍ତଃ ରକ୍ତସ୍ରାବ ଓ ବାରମ୍ବାର ଆଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି।

କର୍ନାଟକ ଗୃହମନ୍ତ୍ରୀ ଜି. ପରମେଶ୍ୱର ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ତଦନ୍ତ ଜାରି ରହିଥିବା କହିଛନ୍ତି। ଏପର୍ଯ୍ୟନ୍ତ ୧୫ ଜଣଙ୍କୁ ଗିରଫ କରାଯାଇଛି ଏବଂ ପୋଲିସ ସିସିଟିଭି ଫୁଟେଜ ଓ ମୋବାଇଲ ଟାୱାର ଡାଟା ଆଧାରରେ ଅଧିକ ଅଭିଯୁକ୍ତଙ୍କୁ ଖୋଜୁଛି। ଏହି ମାମଲା ଭାରତୀୟ ନ୍ୟାୟ ସଂହିତାର ଧାରା ୧୦୩(୨) ଅନୁଯାୟୀ ମବ ଲିଞ୍ଚିଂ ମାମଲା ଭାବେ ରୁଜୁ ହୋଇଛି, ଯେଉଁଥିରେ ଦୋଷୀ ସାବ୍ୟସ୍ତ ହେଲେ ଆଜୀବନ କାରାଦଣ୍ଡ କିମ୍ବା ମୃତ୍ୟୁଦଣ୍ଡ ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?