Posted inଜାତୀୟ

ଭାଜପା ଜିତିବା ଖୁସିରେ ଆଙ୍ଗୁଠି କାଟି ମା’ କାଳିଙ୍କ ନିକଟରେ ସମର୍ପଣ କଲେ ଏହି ବ୍ୟକ୍ତି 

ରାୟପୁର,୯।୬: ଗତ ସାଧାରଣ ନିର୍ବାଚନ ଫଳାଫଳ ଆସିବା ପରେ ଏନ୍‌ଡିଏ ମେଣ୍ଟ ପୁଣିଥରେ ସରକାର ଗଢ଼ିବା ସ୍ପଷ୍ଟ ହୋଇଛି। ହେଲେ ଜୁନ ୪ ଭୋଟଗଣତି ହେବା ଦିନ ପ୍ରାରମ୍ଭିକ ଟ୍ରେଣ୍ଡରେ କଂଗ୍ରେସ ଆଗୁଆ ରହିଥିଲା। ଏହାଦେଖି ଛତିଶଗଡ଼ର ଜଣେ ଭାଜପା ସମର୍ଥକ ଅଜବ କାଣ୍ଡ ଘଟାଇଛନ୍ତି। ସେ ପ୍ରଥମେ କାଳି ମନ୍ଦିର ଯାଇ ଦଳ ବିଜେତା ହେବା ଲାଗି ପ୍ରାର୍ଥନା କରିଥିଲେ। ପରେ ଦଳ ବିଜେତା ହେବା ସ୍ପଷ୍ଟ ହେବା ପରେ ବାମ ହାତ ଆଙ୍ଗୁଠି କାଟି ମା’ଙ୍କୁ ଅର୍ପଣ କରିଥିଲେ।
ସମର୍ଥକଜଣଙ୍କ ହେଲେ ରାଜ୍ୟର ବଳରାମପୁରର ଦୁର୍ଗେଶ ପାଣ୍ଡେ(୩୦)। ଲୋକ ସଭା ନିର୍ବାଚନରେ କଂଗ୍ରେସକୁ ଆଗୁଆ ଦେଖି ସେ ଦୁଃଖି ହୋଇ ଗାଁରେ ଥିବା ମା’ କାଳିଙ୍କ ନିକଟରେ ମାନସିକ କରିଥିଲେ। ପରେ ଏନ୍‌ଡିଏ ୨୭୨ ମ୍ୟାଜିକ୍‌ ନମ୍ବର ଜିତିନେବା ଖୁସିରେ ସେ ଆତ୍ମହରା ହୋଇ ନିଜର ଆଙ୍ଗୁଠି କାଟି ମା’ଙ୍କୁ ଅର୍ପଣ କରିଥିଲେ। ଏହାପରେ ତାଙ୍କ ହାତରୁ ରକ୍ତ ବୋହିବା ବନ୍ଦ ହୋଇ ନ ଥିଲା। ପରିବାରଲୋକେ ବିଳମ୍ବ ନ କରି ତାଙ୍କୁ ନିକଟସ୍ଥ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାରମ୍ଭିକ ଚିକିତ୍ସା ପରେ ତାଙ୍କୁ ଅମ୍ବିକାପୁର ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିଲା।
ଡାକ୍ତରଖାନାରେ ତାଙ୍କର ଅପରେଶନ ହେବା ପରେ ସେ ସୁସ୍ଥ ହୋଇଛନ୍ତି। ଅଧିକ ସମୟ ବିଳମ୍ବ ହୋଇଥିଲେ ଆଙ୍ଗୁଠିକୁ ପୁନର୍ବାର ଲଗାଯିବା ସମ୍ଭବ ହୋଇପାରି ନ ଥାନ୍ତା ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri