ସ୍ତ୍ରୀଙ୍କୁ ମାରି ୬ ପିଲାଙ୍କ ଆଗରେ କଡ଼େଇରେ ସିଝାଇଲେ ସ୍ବାମୀ

କରାଚି,୧୬ା୧: କରାଚିର ଗୁଲଶନ-ଇ-ଇକ୍‌ବଲରେ ଏକ ଲୋମହର୍ଷଣକାରୀ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି ତାଙ୍କ ୬ ପିଲାଙ୍କ ଆଗରେ ସ୍ତ୍ରୀଙ୍କୁ ମାରି କଡ଼େଇରେ ସିଝାଇବା ପରି ଅତ୍ୟନ୍ତ ଅମାନବିକ ଦୃଶ୍ୟ ଦେଖିବାକୁ ମିଳିଛି।

ଗୁଲଶନ-ଇ-ଇକ୍‌ବଲର ବ୍ଲକ ୪ରେ ଥିବା ଏକ ଘରୋଇ ବିଦ୍ୟାଳୟର ଜଗୁଆଳି ଭାବରେ ଆଶିକ୍‌ ନାମକ ଜଣେ ବ୍ୟକ୍ତି କାମ କରନ୍ତି। ସେ ତାଙ୍କ ସ୍ତ୍ରୀ ଏବଂ ୬ ପିଲାଙ୍କ ସହ ବିଦ୍ୟାଳୟର ସେବକ କ୍ୱାର୍ଟରରେ ରହୁଥିଲେ। ଆଶିକ ପ୍ରତିଦିନ ମଦ ପିଇବା ସହ ସ୍ତ୍ରୀଙ୍କୁ ଅନ୍ୟ ପୁରୁଷଙ୍କ ସହ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ। ଏଥିରେ ନର୍ଗିସ ଅରାଜି ହେବାରୁ ପାଟିତୁଣ୍ଡ ଲାଗୁଥିଲା। ଗତ ବୁଧବାର ରାତିରେ ଆଶିକ ପ୍ରଚୁର ମଦ ପଇ ସ୍ତ୍ରୀ ନର୍ଗିସଙ୍କ ସହ ଝଗଡ଼ା କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଆଶିକ ନର୍ଗିସଙ୍କ ମୁହଁରେ ତକିଆ ପକାଇ ମାରିଦେବା ସହ ରୋଷେଇ ଘରେ ଥିବା ଏକ କଡ଼େଇରେ ତାଙ୍କ ମୃତଦେହକୁ ସିଝାଇ ଥିଲେ। ଏହାକୁ ଦେଖି ନେଇଥିଲେ
ନର୍ଗିସଙ୍କ ୧୫ ବର୍ଷୀୟା ଝିଅ। ସେ ସଙ୍ଗେ ସଙ୍ଗେ ପୋଲିସ ହେଲ୍ପଲାଇନ ନମ୍ବରରେ ଡାଏଲ କରିବା ପରେ ମୋବିନା ଟାଉନ ପୋଲିସ ବିଦ୍ୟାଳୟରେ ପହଞ୍ଚିଥିଲା। ସେତେବେଳକୁ ଆଶିକ ୩ ପିଲାଙ୍କୁ ନେଇ ଫେରାର ହୋଇଯାଇଥିଲେ। ଅନ୍ୟ ୩ ପିଲା ପୋଲିସ ହେପାଜତରେ ଅଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ଏକ ମାମଲା ରୁଜୁ କରିଛି। ଜଣେ ପୋଲିସ ଅଧିକାରୀ କହିଛନ୍ତି, ଅଭିଯୁକ୍ତଙ୍କ ଫୋନ୍‌ ବନ୍ଦ ଅଛି। ତାଙ୍କୁ ଖୋଜା ଚାଲିଛି। ଖୁବ୍‌ଶୀଘ୍ର ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?