ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ବାଇକ୍: ନିଆଁରେ ଜଳି ଦୁଇ ମୃତ, ଅନ୍ୟଜଣେ ଆହତ

କୁଆଁରମୁଣ୍ଡା,୩୦/୦୯(ମହେନ୍ଦ୍ର କୁମାର ସାହୁ): ସୋମବାର ବୀରମିତ୍ରପୁର ଥାନା ଅନ୍ତର୍ଗତ ରାଏବୋଗା ରୋଡ କୁଡ଼ପାନିଟୋଲି ବୁଲାଣି ନିକଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ବାଇକ ସହ ଦୁଇ ଆରୋହୀ ଘଟଣାସ୍ଥଳରେ ଜଳି ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟଜଣେ ରାଉରକେଲା ସରକାରୀ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି।

ଜଳିଜାଇଥିବା ମୃତ ଆରୋହୀ ଦୁଇଜଣ ହେଉଛନ୍ତି ହାତିବାରି ଥାନା କରଡେଗା ଗ୍ରାମର ରାଜେଶ ତିଗା(୨୨) ଏବଂ ଉକ୍ତ ବାଇକ୍ ରେ ଥିବା ବେଲେନ୍ ବାଡ଼ିଂ(୨୧)। ଖବର ପାଇ ବୀରମିତ୍ରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ରଜେଶଙ୍କ ପୋଡ଼ା ଶବକୁ ବ୍ୟବଚ୍ଛେଦ ପାଇଁ କୁଆଁରମୁଣ୍ଡା ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଛି। ଏହା ସହ ପୋଡ଼ା ବାଇକ୍ ଦ୍ୱୟକୁ ଜବତ କରିଛି।

ଏହି ଦୁର୍ଘଟଣାରେ ରାଏବୋଗା ପାର୍ଶ୍ଵରୁ ବୀରମିତ୍ରପୁର ପଟକୁ ଆସୁଥିବା ବାଇକ୍ ସମ୍ପୂର୍ଣ ପୋଡ଼ି ଯାଇଥିଲେ ମଧ୍ୟ ଚାଳକ ଝାଡ଼ଖଣ୍ଡ ରାଜ୍ୟ ସିମଡେଗା ଅଞ୍ଚଳର କପଡା ବ୍ୟବସାୟୀ ଅଶୋକ ଅଗ୍ରୱାଲ(୫୪) ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତେବେ ତାଙ୍କର ବାମ ଗୋଡ ଭାଙ୍ଗି ଯାଇଥିବାରୁ ସେ ମଧ୍ୟ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା…

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri