ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ ହାବୁଡ଼ରେ ପଡ଼ିଛନ୍ତି। ରିଷିଡ଼ା ଫାଣ୍ଡି ଅଧିକାରୀ ମନୁଆ ବିଡିକା ଉକ୍ତ ଗାଡ଼ିକୁ ଜବତ କରି ଯୋଗାଣ ବିଭାଗକୁ ଖବର ଦେଇଥିଲେ। ଖବର ପାଇଁ ସହକାରୀ ଜିଲା ଯୋଗାଣ ଅଧିକାରୀ ସୋନାଲୀ ଖରା, ଭବାନୀପାଟଣା ମ୍ୟୁନସିପାଲଟିର ସରକାରୀ ଯୋଗାଣ ଅଧିକାରୀ ପ୍ରତିଭା ପ୍ରଧାନ, କର୍ଲାମୁଣ୍ଡା ଯୋଗାଣ ନୀରକ୍ଷକ ସ୍ମୃତିରଞ୍ଜନ ଜେନା, ନର୍ଲା ଯୋଗାଣ ନୀରକ୍ଷକ ପ୍ରଶାନ୍ତ ଶ୍ରୀଚନ୍ଦନଙ୍କୁ ନେଇ ଯୋଗାଣ ବିଭାଗର ଟିମ୍‌ ପହଞ୍ଚି ଗାଡ଼ି(ଓଡି ୦୩ ଡି ୨୭୮୫) ଓ ସେଥିରେ ଥିବା ୩୨ କୁଇଣ୍ଟାଲ ୬୮କେଜି ଧାନ ଜବତ କରିଥିଲେ l ଜବତ ଗାଡ଼ି ଓ ଧାନ ନିକଟସ୍ଥ ଲକ୍ଷ୍ମୀ ନାରାୟଣ ରାଇସ ମିଲ, ଗଜବାହାଲରେ ରଖାଯାଇଥିବା ଜଣାଯାଇଛି । ଅଞ୍ଚଳରେ ବର୍ତ୍ତମାନ ଧାନ ବେପାରୀ ମାନେ ସକ୍ରିୟ ଥିବା ବେଳେ ରିଷିଡ଼ା ପୋଲିସର ଅଚାନକ ଚଢାଇ ନେଇ ସେଇ ବେପାରୀ ମହଲରେ କୋକୁଆ ଭୟ ସୃଷ୍ଟି ହୋଇଛି। ଜବତ ଗାଡିର ମାଲିକ ଅବଜୁବାହାଲ ଗ୍ରାମର ହରେକୃଷ୍ଣ ସାହୁ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

ମନ୍ଥର ଗତିରେ ଚାଲିଛି ପୁନରୁଦ୍ଧାର କାର୍ଯ୍ୟ

ଲୋଇସିଂହା,୨୧।୬(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ସାନଟିକା ଗ୍ରାମର ଏମଆଇପି କଟାର ପୁନରୁଦ୍ଧାର କାର୍ଯ୍ୟ ହାତକୁ ନିଆଯାଇଛି। ତେବେ ଜୁନ୧୫ ତାରିଖ ଗଡି…

କଟ୍‌ନି ନାଁରେ ଚାଷୀଙ୍କୁ ଶୋଷଣ କରୁଛନ୍ତି ମିଲର

ଭବାନୀପାଟଣା,୨୧ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଇତିମଧ୍ୟରେ ମାସେ ବିତିଯାଇଛି। ଆସନ୍ତା ୩୦ରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

ଏସ୍‌ଆଇଆର୍‌ରେ ଆଠମଲ୍ଲିକ ରାଜ୍ୟରେ ପ୍ରଥମ

ଆଠମଲ୍ଲିକ,୨୧ା୬(ଉଦୀପ୍ତ ପୁରୋହିତ) ଅନୁଗୋଳ ଜିଲା ଆଠମଲ୍ଲିକ ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପେନ୍ଦ୍ର ଲୁହାଙ୍କ ନେତୃତ୍ୱରେ ଚାଲିଥିବା ସ୍ବତନ୍ତ୍ର ସଂଘନ ସଂଶୋଧନ (ଏସ୍‌ଆଇଆର୍‌) ୨୦୨୬ କାର୍ଯ୍ୟକ୍ରମ…

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri