Posted inଜାତୀୟ

ଭିନ୍ନକ୍ଷମ ପ୍ରମାଣପତ୍ର ପାଇଁ ନିଜ ପାଦ କାଟିଦେଲେ: ଶେଷରେ ଘଟିଲା…

ଲକ୍ଷ୍ନୌ,୨୪ା୧:ଉତ୍ତର ପ୍ରଦେଶର ଜଉନପୁର ଜିଲାରେ ବିଚଳିତ କରିଦେବା ଭଳି ଏକ ଘଟଣା ଘଟିଛି। ଜଣେ ୨୪ ବର୍ଷୀୟ ଯୁବକ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ଏନ୍‌ଇଇଟି) ଜରିଆରେ ଆଡ୍‌ମିଶନ କରି ଏମ୍‌ବିବିଏସ୍‌ ସ୍ବପ୍ନ ସାକାର କରିବାକୁ ଯାଇ ଭିନ୍ନକ୍ଷମ ପ୍ରମାଣପତ୍ର ପାଇବା ଲାଗି ନିଜ ଗୋଡ଼କୁ କାଟିଦେଇଛନ୍ତି।
ଭାସ୍କର ଲାଇନ୍‌ ବାଜାର ଥାନା ଅଧୀନ ଖଲିପୁରର ବାସିନ୍ଦା। ସେ ଫାର୍ମାସିରେ ଡିପ୍ଲୋମା (ଡି. ଫାର୍ମା) ପାଠ୍ୟକ୍ରମ ଶେଷକରିଛନ୍ତି। ଏନ୍‌ଇଇଟି ପାଇଁ ପ୍ରସ୍ତୁତ ହେଉଥିବା ସୁରଜ ଜାନୁଆରୀ ୧୮ରେ ନିଜ ବାମ ଗୋଡ଼ର ପାଦକୁ କାଟି ଦେଇଥିଲେ। ତେବେ ଆକ୍ରମଣରେ ସେ ପାଦ ହରାଇଥିବା ନେଇ ଥାନାରେ ଅଜ୍ଞାତ ବ୍ୟକ୍ତିମାନଙ୍କ ବିରୋଧରେ ମିଥ୍ୟା ହତ୍ୟା ଅଭିଯୋଗ କରିଥିଲେ। ପୋଲିସ ଏନେଇ ତଦନ୍ତ କରିବାବେଳେ ତାଙ୍କ ବୟାନରେ ତାଳମେଳ ରହୁ ନ ଥିବାରୁ ଶୁକ୍ରବାର ସତକଥା ଜାଣିବାକୁ ପାଇଛି। ୨୦୨୬ରେ କୌଣସି ପ୍ରକାରେ ଭିନ୍ନକ୍ଷମ ପ୍ରମାଣପତ୍ର ଯୋଗାଡ଼ କରି ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମ ଲେଖାଇବାକୁ ଚାହୁଁଥିଲେ। ଶେଷରେ ଭିନ୍ନକ୍ଷମ ପ୍ରମାଣପତ୍ର ହାତେଇବାକୁ ଯାଇ ସେ ଏପରି କାଣ୍ଡ ଭିଆଇଥିବା ସର୍କଲ ଅଫିସର (ସିଟି) ଗୋଲ୍ଡି ଗୁପ୍ତା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri