ଦରମା ନ ଦେବାରୁ ଚଢ଼ିଗଲେ ଟାଙ୍କି ଉପରେ

କଟକ ସଦର,୨୫।୧୦(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅଧୀନ ଅରିଲୋ ଗ୍ରାମର ଏକ ପାଣି ଟାଙ୍କି ଉପରେ ସୋମବାର ଜଣେ ଯୁବକ ହଠାତ ଚଢ଼ିଯାଇଥିଲେ। ୫ ବର୍ଷର ବକେୟା ଦରମା ନ ଦେଲେ ଅଭାବନୀୟ କାଣ୍ଡ ଘଟାଇବେ ବୋଲି ଚିତ୍କାର କରିଥିଲେ। ପାଟିଶୁଣିବା ପରେ ସ୍ଥାନୀୟ ଲୋକ ରୁଣ୍ଡ ହୋଇଯାଇଥିଲେ। ଖବରପାଇ କିଶନନଗର ଥାନା ଅଧିକାରୀ ସସ୍ମିତା ରଣା ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିବା ପରେ ଯୁବକଜଣକ ତଳକୁ ଆସିଥିଲେ।
ସମ୍ପୃକ୍ତ ଯୁବକ ହେଲେ ପାନୀୟ ଜଳ ପ୍ରକଳ୍ପର ପମ୍ପ ଡ୍ରାଇଭର ଦୀପକ କୁମାର ଖଣ୍ଡୁଆଳ। ଯୁବକଙ୍କଠାରୁ ଥାନାଧିକାରୀ ରଣା ସମସ୍ତ ଘଟଣା ଶୁଣିବା ପରେ ଦରମା କଥା ବୁଝିବା ପାଇଁ ଅରିଲୋ ସରପଞ୍ଚ ଅକ୍ଷୟ କୁମାର ସାହୁଙ୍କୁ ପରାମର୍ଶ ଦେଇଥିଲେ। ୨୦୧୬ ମସିହାରୁ ଉକ୍ତ ପାନୀୟ ଜଳ ପ୍ରକଳ୍ପଟି କାର୍ଯ୍ୟକ୍ଷମ ହେବା ପରେ ଖଣ୍ଡୁଆଳ ପମ୍ପ ଡ୍ରାଇଭର ଭାବେ ଦୀପକ କାମ କରୁଥଲେ। ହେଲେ ଆଜି ପର୍ଯ୍ୟନ୍ତ ସେ ତାଙ୍କ ଦରମା ପାଇ ନାହାନ୍ତି। ସରକାରୀ ନିୟମ ଅନୁଯାୟୀ ପାଣି ଟାଙ୍କି ନିର୍ମାଣ କରିଥିବା ଠିକାଦାର ସମ୍ପୃକ୍ତ ଡ୍ରାଇଭରଙ୍କୁ ତାଙ୍କ ଦରମା ଦେବା ଦରକାର। କଟକ ସଦର ବିଡିଓଙ୍କ ସହ ଆଲୋଚନା କରିବା ପରେ ଯାହା କିଛି କରିବି ବୋଲି ସରପଞ୍ଚ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri