ପ୍ରେମିକା ବାହାହେବାକୁ ମନାକରିବାରୁ ବିଦ୍ୟୁତ୍‌ ଖୁଣ୍ଟରେ ଚଢ଼ି ଗଲେ ଯୁବକ: ଆଉ ତା’ପରେ…

କୁତ୍ରା,୯ା୬ (ଦେବାଶିଷ ସାହୁ):ପ୍ରେମିକା ବାହାହେବାକୁ ମନାକରିବାରୁ ଜଣେ ଯୁବକ ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ ଖୁଣ୍ଟରେ ଚଢ଼ି ହଙ୍ଗାମା କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବୁଡାକଟା ଅଞ୍ଚଳରେ। ଘଟଣାକୁ ନେଇ ଅଞ୍ଚଳରେ ଦୀର୍ଘ ସମୟ ଧରି ଉତ୍ତେଜନା ଓ ଆତଙ୍କର ପରିସ୍ଥିତି ସୃଷ୍ଟି ହୋଇଥିଲା।
ସୂଚନା ଅନୁସାରେ, ଯୁବକ ଜଣକ ରବିବାର ରାତି ପ୍ରାୟ ୧୦ଟାରେ ବିଦ୍ୟୁତ ଖୁଣ୍ଟରେ ଚଢ଼ି ଉଚ୍ଚ ସ୍ବରରେ ଚିତ୍କାର କରିବା ସହ କାନ୍ଦୁଥିଲେ। ତାଙ୍କର କାନ୍ଦ ଶୁଣି ସ୍ଥାନୀୟ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ଗ୍ରାମବାସୀଙ୍କୁ ଦେଖି ଯୁବକ ଜଣକ ତାଙ୍କ ପ୍ରେମିକାକୁ ତୁରନ୍ତ ଡାକିବାକୁ ଦାବି କରିଥିଲେ। ନଚେତ ସେ ନିଜ ଜୀବନକୁ ବିପଦରେ ପକାଇବେ ବୋଲି ଧମକ ଦେଇଥିଲେ। ଗ୍ରାମବାସୀମାନେ ତୁରନ୍ତ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ବୁଝାସୁଝା କରି ତଳକୁ ଓହ୍ଲାଇବା ପାଇଁ ଚେଷ୍ଟା କରିଥିଲେ। ତେବେ ସେମାନଙ୍କର ସମସ୍ତ ପ୍ରୟାସ ପ୍ରାରମ୍ଭରେ ବିଫଳ ହୋଇଥିଲା। ପରିସ୍ଥିତି ଜଟିଳ ହେବାରୁ ପୋଲିସ ଯୁବକଙ୍କ ପ୍ରେମିକାଙ୍କୁ ଘଟଣାସ୍ଥଳକୁ ଡାକିଥିଲା। ପ୍ରେମିକା ପହଞ୍ଚି ପ୍ରେମିକକୁ ବିବାହର ପ୍ରତିଶ୍ରୁତି ଦେବାରୁ ପରେ ଯୁବକଙ୍କ ମନୋଭାବରେ ପରିବର୍ତ୍ତନ ଆସିଥିଲା। ଶେଷରେ ପ୍ରାୟ ୪ ଘଣ୍ଟା ଧରି ଚାଲିଥିବା ଏହି ହାଇଡ୍ରାମାର ଅନ୍ତ ଘଟିଥିଲା ଏବଂ ରାତି ପ୍ରାୟ ୨ଟା ବେଳେ ଯୁବକ ଜଣକ ସୁରକ୍ଷିତ ଭାବେ ଖୁଣ୍ଟରୁ ତଳକୁ ଓହ୍ଲାଇଥିଲେ। ପୁଣିଥରେ ସୋମବାର ଅପରାହ୍ନ ୫ଟାରେ ବିଦ୍ୟୁତ ଖୁଣ୍ଟରେ ଚଢ଼ିଥିଲେ। କିଛି ସମୟ ରହିବା ପରେ ସୁରକ୍ଷିତଭାବେ ତଳକୁ ଓହ୍ଲାଇ ଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଯୁବତୀ ଜଣଙ୍କ ପୂର୍ବରୁ ବିବାହ କରିଥିଲେ। ତାଙ୍କ ସ୍ବାମୀଙ୍କ ମୃତ୍ୟୁ ପରେ ଉକ୍ତ ଯୁବକଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ପରେ ଯୁବତୀ ଜଣକ ବିବାହ କରିବାକୁ ମନା କରିଦେଇଥିଲେ। ପୋଲିସ ଘଟଣାର ଅଧିକ ତଦନ୍ତ କରୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?