ବାଣ ବିସ୍ଫୋରଣରେ ଜଣଙ୍କ ମୃତ୍ୟୁ ଚର୍ଚ୍ଚା

ଖମାର, ୨୨।୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାର ଥାନା ଇଞ୍ଜିଡ଼ ପଞ୍ଚାୟତସ୍ଥିତ ସାଆନ୍ଦା ଗ୍ରାମରେ ଶୁକ୍ରବାର ସକାଳେ ବାଣ ତିଆରିବେଳେ ବିସ୍ଫୋରଣ ଘଟି ଜଣେ କାରିଗରଙ୍କ ମୃତ୍ୟୁ ଓ ୩ ଜଣ ଗୁରୁତର ହୋଇଥିବା ଚର୍ଚ୍ଚା ହେଉଛି। ଏପରି କି ମୃତାହତ ଓ ଘଟଣାସ୍ଥଳର ଫଟୋ ସୋସିଆଲ୍‌ ମିଡିଆରେ ଘୂରି ବୁଲୁଛି। ତେବେ ମୃତାହତଙ୍କ ପରିଚୟ ମିଳିପାରି ନ ଥିବାବେଳେ ପୋଲିସ ଘଟଣାସ୍ଥଳକୁ ଯାଇଥିଲେ ମଧ୍ୟ ଏ ନେଇ କୌଣସି ସୂଚନା ଦେଉନାହିଁ। ଘଟଣା ସମ୍ପର୍କରେ ତଥ୍ୟ ଦେଉ ନ ଥିବାରୁ ପୋଲିସ ଏହାକୁ ଲୁଚାଇବାକୁ ପ୍ରୟାସ କରୁଥିବା ସାଧାରଣରେ ଆଲୋଚନା ହେଉଛି।

ସୋସିଆଲ ମିଡିଆରେ ହେଉଥିବା ଚର୍ଚ୍ଚା ଅନୁଯାୟୀ, ସକାଳ ୮ଟାରେ ଗଁାର ଜଣେ ବ୍ୟକ୍ତି ନିଜ ଘରେ ଦୀପାବଳିରେ ବ୍ୟବସାୟ ପାଇଁ ବାଣ ପ୍ରସ୍ତୁତ କରୁଥିଲେ। ତାଙ୍କ ସହ ଅନ୍ୟ ୩ଜଣ ମଧ୍ୟ ବାଣ ଭିଡ଼ୁଥିଲେ। ହେଲେ କୌଣସି କାରଣରୁ ବାଣ ବିସ୍ଫୋରଣ ହେବାରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଯାଇଥିଲା। ଅନ୍ୟ ୩ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ପ୍ରଥମେ ଖମାର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ଗୁରୁତରଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇ ଦିଆଯାଇଥିଲା। ଖବରପାଇ ଅପରାହ୍ନ ୩ଟା ବେଳେ ଖମାର ପୋଲିସ ଗଁାରେ ପହଞ୍ଚିଥିଲା। ହେଲେ ତଦନ୍ତ ସମ୍ପର୍କରେ କୌଣସି ସୂଚନା ଥାନାରୁ ମିଳିପାରୁ ନାହିଁ। ଥାନା ଅଧିକାରୀ ପ୍ରଶାନ୍ତ ପଢିହାରୀ କହିଛନ୍ତି, ଘଣାସ୍ଥଳକୁ ଯାଇଥିଲେ ବି ମୃତ କି ଆହତ, କାହାକୁ ମଧ୍ୟ ଠାବ କରାଯାଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri