ନିର୍ବନ୍ଧ ସରିଥିଲା, ୨୩ରେ ହୋଇଥାନ୍ତା ବାହାଘର

ବରୀ,୨୦।୫(ଡି.ଏନ.ଏ.): ନିର୍ବନ୍ଧ ହୋଇ ସରିଥିଲା। ବାହାଘର ପାଇଁ ପ୍ରସ୍ତୁତି ଚାଲିଥିଲା। ଆସନ୍ତା ୨୩ ତାରିଖ ରବିବାର ହୋଇଥାନ୍ତା ବାହାଘର। ମାତ୍ର ବିବାହର ଦିନ କେଇଟା ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ। ଏଭଳି ଘଟଣା ଘଟିଛି ଯାଜପୁର ଜିଲା ବରୀ ବ୍ଲକ ଅଧୀନ ମନ୍ଦାରୀ ପଞ୍ଚାୟତ ବେଞ୍ଜରାପୁର ଗ୍ରାମରେ। ଗ୍ରାମର ମନୋଜ ଜେନାଙ୍କ ପୁଅ ସତ୍ୟଜିତ ମଇଥାନ ଷ୍ଟିଲରେ ଫିଟର ଭାବେ କାର୍ଯ୍ୟ କରୁଥିଲେ। ବିବାହ ତାରିଖ ଧାର୍ଯ୍ୟ ହୋଇଥିବାରୁ ସେ ଘରକୁ ଆସିଥିଲେ। ତେବେ ହଠାତ୍‌ ସତ୍ୟଜିତଙ୍କୁ ଥଣ୍ଡା ଓ କାଶ ହୋଇଥିଲା। ତେଣୁ ସେ କୋଭିଡ୍‌ ଟେଷ୍ଟ କରାଇଥିଲେ। ରିପୋର୍ଟ ପଜିଟିଭ ଆସିବାରୁ ତାଙ୍କୁ ଟାଟା କୋଭିଡ୍‌ ହସ୍‌ପିଟାଲକୁ ନିଆଯାଇଥିଲା। ସେଠାରେ ମଙ୍ଗଳବାର ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରଚାରିତ ହେବା ପରେ ପରିବାର ସମେତ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତ୍ୟୁ ଖବର ପାଇ ବରୀ ବିଧାୟିକା ସୁନନ୍ଦା ଦାସ, ପ୍ରାକ୍ତନ ଜିଲାପରିଷଦ ସଭ୍ୟ କୁମାର ଜେନା, ପ୍ରାକ୍ତନ ସମିତିସଭ୍ୟ ଅଶୋକ ଜେନା, ପ୍ରାକ୍ତନ ସରପଞ୍ଚ ନବଘନ ପରିଡ଼ା, ସାମାଜିକ କର୍ମୀ ହରିହର ପଣ୍ଡା ଓ ଗିରିଶ ସାମଲ ପ୍ରମୁଖ ଗଭୀର ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri