Posted inଜାତୀୟ

ମୃତ ସ୍ବାମୀ ୫୦ ଦିନ ପରେ ହୋଇଉଠିଲେ ଜୀବିତ:ମାମଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଞ୍ଚି,୨୭।୪: ଝାଡଖଣ୍ଡରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପାକୁରର ଉମଡାପାଡା ଥାନା ନିବାସୀ ମହେଶ୍ୱର ଟୁଡୁଙ୍କ ସ୍ତ୍ରୀ ୫୦ ଦିନ ହେବ ସ୍ବାମୀଙ୍କ ମୃତଦେହ ଏବଂ ନ୍ୟାୟ ପାଇବାକୁ କୋର୍ଟରେ ଲଢୁଥିଲେ। କିନ୍ତୁ ସ୍ବାମୀଙ୍କୁ ଜୀବିତ ଅବସ୍ଥାରେ ଦେଖି ତାଙ୍କ ହୋଶ୍‌ ଉଡିଯାଇଛି। ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ମାସରେ ମହେଶ୍ୱରଙ୍କୁ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। ସ୍ବାମୀଙ୍କୁ ସମ୍ପର୍କୀୟମାନେ ହତ୍ୟା କରିଥିବା ତାଙ୍କ ସ୍ତ୍ରୀ ଅଭିଯୋଗ କରିଥିଲେ। ଏପରିକି ଏହି ଘଟଣାକୁ ନେଇ ଗାଁ ଲୋକେ ମିଶି ରାସ୍ତାରୋକୋ ମଧ୍ୟ କରିଥିଲେ। ପୋଲିସ ଏହି ମାମଲାରେ ୩ ଜଣଙ୍କୁ ଗିରଫ କରିଥିଲା। ଦୀର୍ଘ ୫୦ ଦିନ ପରେ ଏହି ମାମଲାର ଗୁମର ଫିଟିଛି। ଏସ୍‌ପି ମଣିଲାଲ ମଣ୍ଡଳ କହିଛନ୍ତି, ଜମି ହଡପ କରିବା ଚକ୍କରରେ ମହେଶ୍ୱରଙ୍କୁ ତାଙ୍କ ସମ୍ପର୍କୀୟମାନେ ବେଙ୍ଗାଲୁରୁ ପଠାଇଦେଇଥିଲେ। କରୋନା ଯୋଗୁ ସେଠାରେ କାମ ନ ମିଳିବାରୁ ସେ ଗାଁକୁ ଫେରି ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘରେ ଲୁଚି ରହିଥିଲେ। ପୋଲିସକୁ ଏନେଇ ସୁରାକ ମିଳିବା ପରେ ପୋଲିସ ତାଙ୍କୁ ସେଠାରୁ ଆଣି ପରିବାରକୁ ହସ୍ତାନ୍ତର କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?