Posted inଜାତୀୟ

ସ୍ବାଇନ୍‌ ଫ୍ଲୁରେ ଜଣଙ୍କର ମୃତ୍ୟୁ

ମୋରାଦାବାଦ,୨୩।୭: ଉତ୍ତରପ୍ରଦେଶର ମୋରାଦାବାଦରେ ସ୍ବାଇନ୍‌ ଫ୍ଲୁରେ ଜଣଙ୍କ ମୃତ୍ୟୁ ଘଟିଛି। ଏହି ମୃତ୍ୟୁ ପରେ ଉକ୍ତ ଅଞ୍ଚଳରେ ଭୟର ବାତବରଣ ଖେଳିଯାଇଛି। ଦିଲ୍ଲୀର ସର୍‌ ଗଙ୍ଗାରାମ ହସ୍ପିଟାଲରେ ସ୍ବାଇନ୍‌ ଫ୍ଲୁ ଯୋଗୁ ମୋରାଦାବାଦର ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏବେ ସତର୍କତା ଅବଲମ୍ବନ କରାଯାଇଛି। ସୂଚନାଯୋଗ୍ୟ, ମୃତ ବ୍ୟକ୍ତି ଜଣକ ସ୍ବାଇନ ଫ୍ଲୁରେ ଆକ୍ରାନ୍ତ ଥିବା ବେଳେ ସେ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ପରିବାର ସଦସ୍ୟ ଏବଂ ଘନିଷ୍ଠ ସମ୍ପର୍କୀୟ ଉପରେ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ନଜର ରଖାଯାଇଛି ବୋଲି ମୋରାଦାବାଦ ସିଏମଓ ଏମସି ଗର୍ଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ଦଫା ଦାବି ନେଇ ଜିଲାପାଳଙ୍କଠାରେ ଫେରାଦ ହେଲେ ଗ୍ରାମବାସୀ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସା ଗ୍ରାମବାସୀ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ ନିକଟରେ ଦ୍ୱାରସ୍ଥ ହୋଇଛନ୍ତି। ଓଭର ହେଡ୍‌ ଟାଙ୍କି ମରାମତି ଓ…

ସରକାରଙ୍କ କଠୋର ନିଷ୍ପତ୍ତି, ଫିଟନେସ୍ ପ୍ରମାଣପତ୍ର ବିନା ଦିଆଯାଇପାରିବନି ପଶୁ ବଳି

କୋଲକାତା,୧୪ା୫: ଇଦ୍-ଉଲ-ଜୁହା ପୂର୍ବରୁ, ପଶ୍ଚିମବଙ୍ଗର ଭାଜପା ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶୁବଳି ଉପରେ ନିଷେଧ ଲଗାଇବା ପାଇଁ ଏକ…

କେତେ ଧନୀ ନୂଆ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ, ରାହୁଲ ଗାନ୍ଧୀ ତାଙ୍କୁ କାହିଁକି ପସନ୍ଦ କରନ୍ତି? ଜାଣନ୍ତୁ…

ଥିରୁଭାନନ୍ତପୁରମ,୧୪।୫: କେରଳମ୍‌ର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ ଭି.ଡି. ସତିସନ। କଂଗ୍ରେସ ଦଳ ଗୁରୁବାର (୧୪ ମଇ) ତାଙ୍କ ନାମ ଘୋଷଣା କରିଛି। ୧୦ ବର୍ଷ ପରେ କେରଳରେ…

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ।…

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri