Posted inଅପରାଧ

ସ୍ତ୍ରୀକୁ ୧୦୦ ଟଙ୍କା ଦେଇ ନ ପାରିବାରୁ ଆତ୍ମହତ୍ୟା କଲେ ଯୁବକ

ଲଳିତପୁର, ୨୮।୬- ଉତ୍ତର ପ୍ରଦେଶର ଲଳିତପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀକୁ ୧୦୦ ଟଙ୍କା ଦେଇ ନ ପାରିବାରୁ ନିରାଶ ହୋଇ ଜଣେ ଯୁବକ ଶେଷରେ ଆତ୍ମହତ୍ୟା କରିଛନ୍ତି। ଲଳିତପୁର ଜିଲାର ଜାଖଲୋନ ଅଞ୍ଚଳର ଜୟହିନ୍ଦ ସିଂ ଓ ତାଙ୍କ ସ୍ତ୍ରୀ ରୁହନ୍ତି। ଏକ ବିବାହ କାମରେ ଯୋଗଦେବା ପାଇଁ ସ୍ତ୍ରୀ ଓ ପୁଅଙ୍କ ସହ ଜୟହିନ୍ଦ ଶନିବାର ଶ୍ୱଶୁର ଘରକୁ ଯାଇଥିଲେ। କିନ୍ତୁ ସନ୍ଧ୍ୟାରେ ତାଙ୍କ ସ୍ତ୍ରୀ କୌଣସି କାମ ପାଇଁ ୧୦୦ ଟଙ୍କା ସ୍ବାମୀଙ୍କୁ ମାଗିଥିଲେ। ଜୟହିନ୍ଦ କିନ୍ତୁ ସ୍ତ୍ରୀଙ୍କୁ ୧୦୦ ଟଙ୍କା ଦେଇପାରି ନ ଥିଲେ। ଏହାକୁ ନେଇ ବନ୍ଧୁବାନ୍ଧବଙ୍କ ସାମ୍ନାରେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ନିରାଶ ହୋଇ ଜୟହିନ୍ଦ ସମସ୍ତେ ଶୋଇଥିବାବେଳେ ରାତି ଅଧରେ ଶ୍ୱଶୁର ଘରୁ ଚାଲି ଆସିଥିଲେ। ଏହାପରେ ନିକଟସ୍ଥ ଟ୍ରେନ ଲାଇନକୁ ଯାଇ ସେଠାରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହାପରଦିନ ସକାଳେ ରେଳ ଲାଇନରୁ ପୋଲିସ ତାଙ୍କ ଖଣ୍ଡ ବିଖଣ୍ଡିତ ଶବ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଇମ୍ରାନଙ୍କ ସହ ସ୍ତ୍ରୀଙ୍କୁ ୧୭ ବର୍ଷ ଜେଲ୍‌, ଏହି କାରଣ ପାଇଁ କୋର୍ଟ…

ଇସଲାମାବାଦ,୨୦ା୧୨: ତୋଶାଖାନା-୨ ମାମଲାରେ ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଏବଂ ପିଟିଆଇ ପ୍ରତିଷ୍ଠାତା ଇମ୍ରାନ ଖାନ ଏବଂ ତାଙ୍କ ସ୍ତ୍ରୀ ବୁଶ୍‌ରା ବିବିଙ୍କୁ ୧୭ ବର୍ଷ ଜେଲ୍‌ଦଣ୍ଡ...

ମରିଗଲା ମାନବିକତା, ବୀମା ଟଙ୍କା ପାଇଁ ଘରେ ସାପ ପୂରାଇ ବାପାକୁ ମାରିଲେ ୪ ପୁଅ

ନୂଆଦିଲ୍ଲୀ, ୨୦।୧୨: ତାମିଲନାଡୁର ଥିରୁବଲୁବରର ଜିଲ୍ଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୋଥାଥୁରପେଟର ନାଲ୍ଲାଥିନିରକୁଲମ ଷ୍ଟ୍ରିଟରେ ରହୁଥିବା ୫୬ ବର୍ଷୀୟ ଗଣେଶନଙ୍କ ସାପ କାମୁଡ଼ିବାରୁ...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ପୁଅ ପାଲଟିଲେ ରାକ୍ଷସ, କରତରେ ମା-ବାପାଙ୍କ ମୁଣ୍ଡ କାଟି ଖଣ୍ଡଖଣ୍ଡ କରି ନଦୀରେ ଫିଙ୍ଗିଲେ, ପୋଲିସ ଆଗରେ କହିଲେ…

ଲକ୍ଷ୍ନୌ,୧୮ା୧୨: ଉତ୍ତରପ୍ରଦେଶର ଜୌନପୁର ଜିଲାର ଜାଫରାବାଦ ଥାନା ଅଞ୍ଚଳର ଅହମଦପୁର ଗ୍ରାମରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏହି ଗାଁର ୩୭ ବର୍ଷୀୟ ଅମ୍ବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri