Posted inଅପରାଧ

ସ୍ତ୍ରୀକୁ ୧୦୦ ଟଙ୍କା ଦେଇ ନ ପାରିବାରୁ ଆତ୍ମହତ୍ୟା କଲେ ଯୁବକ

ଲଳିତପୁର, ୨୮।୬- ଉତ୍ତର ପ୍ରଦେଶର ଲଳିତପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ତ୍ରୀକୁ ୧୦୦ ଟଙ୍କା ଦେଇ ନ ପାରିବାରୁ ନିରାଶ ହୋଇ ଜଣେ ଯୁବକ ଶେଷରେ ଆତ୍ମହତ୍ୟା କରିଛନ୍ତି। ଲଳିତପୁର ଜିଲାର ଜାଖଲୋନ ଅଞ୍ଚଳର ଜୟହିନ୍ଦ ସିଂ ଓ ତାଙ୍କ ସ୍ତ୍ରୀ ରୁହନ୍ତି। ଏକ ବିବାହ କାମରେ ଯୋଗଦେବା ପାଇଁ ସ୍ତ୍ରୀ ଓ ପୁଅଙ୍କ ସହ ଜୟହିନ୍ଦ ଶନିବାର ଶ୍ୱଶୁର ଘରକୁ ଯାଇଥିଲେ। କିନ୍ତୁ ସନ୍ଧ୍ୟାରେ ତାଙ୍କ ସ୍ତ୍ରୀ କୌଣସି କାମ ପାଇଁ ୧୦୦ ଟଙ୍କା ସ୍ବାମୀଙ୍କୁ ମାଗିଥିଲେ। ଜୟହିନ୍ଦ କିନ୍ତୁ ସ୍ତ୍ରୀଙ୍କୁ ୧୦୦ ଟଙ୍କା ଦେଇପାରି ନ ଥିଲେ। ଏହାକୁ ନେଇ ବନ୍ଧୁବାନ୍ଧବଙ୍କ ସାମ୍ନାରେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ନିରାଶ ହୋଇ ଜୟହିନ୍ଦ ସମସ୍ତେ ଶୋଇଥିବାବେଳେ ରାତି ଅଧରେ ଶ୍ୱଶୁର ଘରୁ ଚାଲି ଆସିଥିଲେ। ଏହାପରେ ନିକଟସ୍ଥ ଟ୍ରେନ ଲାଇନକୁ ଯାଇ ସେଠାରେ ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଏହାପରଦିନ ସକାଳେ ରେଳ ଲାଇନରୁ ପୋଲିସ ତାଙ୍କ ଖଣ୍ଡ ବିଖଣ୍ଡିତ ଶବ ଉଦ୍ଧାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?