Posted inଖେଳ

ଭାରତ ଜିତିବା ପରେ ପଡ଼ିଆକୁ ଦୌଡି ଆସିଲେ ଅଜଣା ବ୍ୟକ୍ତି, ରାହୁଲଙ୍କୁ ଧରି କରିବାକୁ ଲାଗିଲେ ଏମିତି, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୫।୩: ଭାରତ ଚାମ୍ପିୟନ୍ସ ଟ୍ରଫି ୨୦୨୫ର ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ ପ୍ରବେଶ କରିଛି। ଟିମ ଇଣ୍ଡିଆର ବିଜୟ ପରେ ତୁରନ୍ତ ପଡ଼ିଆରେ ଏକ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଜଣେ ବ୍ୟକ୍ତି ସୁରକ୍ଷା ବଳୟ ଭାଙ୍ଗି ପଡ଼ିଆ ଭିତରକୁ ପ୍ରବେଶ କରିଥିଲେ। ତାଙ୍କୁ ଦେଖି ସୁରକ୍ଷା କର୍ମୀମାନେ ତୁରନ୍ତ ଦୌଡ଼ି ଯାଇ ବ୍ୟକ୍ତିଙ୍କୁ ଧରି ବାହାରକୁ ନେଇଗଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ପ୍ରକୃତରେ, ଅଷ୍ଟ୍ରେଲିଆ ଭାରତକୁ ଜିତିବା ପାଇଁ ୨୬୫ ରନର ଟାର୍ଗେଟ ଦେଇଥିଲା। ଏହାର ଜବାବରେ, ୪୯ ଓଭରରେ ଭାରତ ପକ୍ଷରୁ କେ.ଏଲ ରାହୁଲ ଏବଂ ରବିନ୍ଦ୍ର ଜାଡେଜା ବ୍ୟାଟିଂ କରୁଥିଲେ। ଅଷ୍ଟ୍ରେଲିଆ ୪୯ତମ ଓଭର ଗ୍ଲେନ ମ୍ୟାକ୍ସୱେଲଙ୍କୁ ଦେଇଥିଲା। ରାହୁଲ ଓଭରର ପ୍ରଥମ ବଲରେ ଛକା ମାରିଥିଲେ। ଭାରତର ବିଜୟ ପରେ ତୁରନ୍ତ ଜଣେ ବ୍ୟକ୍ତି ପଡ଼ିଆକୁ ପ୍ରବେଶ କରି ରାହୁଲଙ୍କୁ କୁଣ୍ଢେଇ ପକାଇଥିଲେ। ପ୍ରଶଂସକଙ୍କୁ ସମ୍ମାନ ଜଣାଇ, ରାହୁଲ ତାଙ୍କୁ କିଛି କହିଲେ ନାହିଁ। ତଥାପି, ଏହା ପରେ ତୁରନ୍ତ ସୁରକ୍ଷା କର୍ମୀମାନେ ତାଙ୍କୁ ବାହାର କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri