ପରୀକ୍ଷା ଦେବାକୁ ଯିବା ବେଳେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ୨୦ ବର୍ଷ ଜେଲ ଦଣ୍ଡରେ…

କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ବଡ଼ ରାୟ ଦେଇଛନ୍ତି। ଏହି ମାମଲାରେ ବେତନଟି ଥାନା ଅନ୍ତର୍ଗତ ଅଭିଯୁକ୍ତ ଶୁଭେନ୍ଦୁ ପ୍ରଧାନ(୩୨)ଙ୍କୁ ଦଫା ୩୬୩/୩୬୬/୩୭୬/(୨)(ଏନ୍‌)ଓ ପୋସ୍କୋ ଧାରା ୬ ଅନୁସାରେ ୨୦ବର୍ଷ ସଶ୍ରମ କାରାଦଣ୍ତ ସହ ୧୦ହଜାର ଟଙ୍କା ଜରିମନା ଆଦେଶ କରିଛନ୍ତି। ଜରିମନା ଅନାଦେୟ ଅଧିକ ୧ବର୍ଷ ସଶ୍ରମ କାରାଦଣ୍ତ ରାୟ ଶୁଣାଇଛନ୍ତି।

ପ୍ରକାଶ ଥାଉ କି, ୨୦୨୩ ମସିହା ଅପ୍ରେଲ ୧୧ରେ ୧୭ବର୍ଷିୟା ନାବାଳିକା କଲେଜକୁ ପରୀକ୍ଷା ଦେବାକୁ ସକାଳ ୭ଟାବେଳେ ଯାଇଥିଲେ। ଏହି ସମୟରେ ଶୁଭେନ୍ଦୁ ନାବାଳିକାଙ୍କୁ ଅପହରଣ କରିନେଇଥିଲା। ଘରକୁ ନ ଫେରିବା ସହ ନାବାଳିକା ଙ୍କ ସନ୍ଧାନ ନ ମିଳିବାରୁ ପରିବାର ଲୋକେ ପାଟଣା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ୬୨/୨୩ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ପୀଡିତାଙ୍କୁ ବାଙ୍ଗାଲୋରରୁ ଉଦ୍ଧାର କରିଥିଲା। ସେହି ସମୟରେ ଅଭିଯୁକ୍ତ ଚମ୍ପଟ ମାରିଥିଲେ। ପୀଡିତାଙ୍କ ବୟାନ ଅନୁସାରେ,ଅଭିଯୁକ୍ତ ଜଣଙ୍କ ଜୋରଜବରଦସ୍ତ ତାଙ୍କୁ ଭୟଭୀତ କରାଇ ନାବାଳିକାଙ୍କୁ ଅପହରଣ କରି ବିଭିନ୍ନ ସ୍ଥାନରେ ବଳାତ୍କାର କରିଥିବା ଜଣାପଡିଥିଲା। ଏହି ଘଟଣା କାହା ଆଗରେ ପ୍ରକାଶ କଲେ ଜୀବନରେ ମାରିଦେବାକୁ ଧମକ ଦେଇଥିବାରୁ ପୀଡିତା କାହାର ସାହାର୍ଯ୍ୟ ନେଇ ପାରି ନ ଥିଲେ। ପରେ ଭୁବନେଶ୍ବର ରେଳଷ୍ଟେଶନ ନିକଟରୁ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କୋର୍ଟ ଚାଲାଣ କରିଥିଲା। ପୀଡିତା ଅଭିଯୁକ୍ତଙ୍କ ତଳଶ୍ରେଣୀ ଛାତ୍ରୀ ବୋଲି ପୋଲିସ ଜାଣିବାକୁ ପାଇଥିଲେ। ଆଜି କେନ୍ଦୁଝର ଫାଷ୍ଟ ଟ୍ରାକ ବିଚାରପତି ୧୫ଜଣ ସାକ୍ଷୀ ବୟାନ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତି କରି ଅଭିଯୁକ୍ତ ଶୁଭେନ୍ଦୁ ପ୍ରଧାନ ଙ୍କୁ ଉପରୋକ୍ତ ମାମଲାରେ ଦୋଷୀ ସାବ୍ୟସ୍ତ କରି ୨୧ସି ଧାରା ୩୬୩ ରେ ୫ବର୍ଷ କାରାଦଣ୍ତ ସହ ୨ହଜାର ଟଙ୍କା ଜରିମାନା ଅନାଦେୟ ଅଧିକ ୩ମାସ ସଶ୍ରମକାରାଦଣ୍ତ, ୩୬୬ଧାରା ଅନୁସାରେ, ୭ବର୍ଷ ସହ ୫ହଜାର ଟଙ୍କା ଜରିମାନା, ଜରିମାନା ଅନାଦୟ ଅଧିକ ୬ମାସ କାରାଦଣ୍ତ ସହ ୨୧ସି ଧାରା ୩୭୬(୨)(ଏନ) ଓ ପୋକ୍ସୋ ଆଇନର ଧାରା ୬ରେ ୨୦ବର୍ଷ ସଶ୍ରମ କାରାଦଣ୍ତ ସହ ୧୦ହଜାର ଟଙ୍କା କାରାଦଣ୍ତାଦେଶ ଶୁଣାଇଛନ୍ତି। ପୀଡିତାଙ୍କୁ ୫ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ ନିମନ୍ତେ ଜିଲା ଆଇନସେବା ପ୍ରାଧିକରଣକୁ ସୁପାରିଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ପେସାଲ ପିପି ଜ୍ଞାନେନ୍ଦ୍ରନାଥ ଜେନା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…

ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…

ରାଧାରାଣୀଙ୍କୁ ଝୁରୁଛି ଗାଁ ମାଟି: ଅବଦାନ-ସଂଗ୍ରାମୀ ଭୂମିକାକୁ ମନେ ପକାଇଲେ…

ଦିଗପହଣ୍ଡି, ୧ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟସ୍ଥ ରୋହି ଗାଁ ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ରାଧାରାଣୀ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶନିବାର…

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri