ସଙ୍ଗାତଙ୍କ ଘରକୁ ଯାଉଥିବା ବେଳେ ଜଙ୍ଗଲରେ ବିଛାଯାଇଥିବା ବାର୍‌ହା ଫାଶରେ ପଡ଼ିଯାଇଥିଲେ ଯୁବକ: ମାସକର ଝିଅ ହେଲେ ବାପାଛେଉଣ୍ଡ

ନୟାଗଡ଼, ୨୪।୧୦ (ଲୋକନାଥ ମିଶ୍ର): ବାର୍‌ହା ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ଫାଶରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ବାଣୀଗୋଛା ଥାନା ଅନ୍ତର୍ଗତ ଦୁଡ଼ା ପଞ୍ଚାୟତର କନଡ଼ି ଗାଁର ବାବୁଲା ନାୟକ (୩୦)।

ସୂଚନା ଅନୁଯାୟୀ, ଶୁକ୍ରବାର ବାବୁଲା ଏକ ନାଳ ଡେଇଁ ନାଗେଶ୍ୱର ସାହିରେ ଥିବା ନିଜ ସଙ୍ଗାତଙ୍କ ଘରକୁ ଯାଉଥିବା ବେଳେ ଜଙ୍ଗଲରେ ବିଛାଯାଇଥିବା ବାର୍‌ହା ଫାଶରେ ପଡ଼ିଯାଇଥିଲେ। ଏଥିରେ ସେ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ବାଣୀଗୋଛା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ନ ହେବାରୁ ତାଙ୍କୁ ଦଶପଲ୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ବାବୁଲାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥିସହ ମୃତଦେହ ବ୍ୟବଚ୍ଛେଦ ପାଇଁ ଦଶପଲ୍ଲା ମେଡିକାଲରେ ରଖାଯାଇଛି।

ସବୁଠାରୁ ଦୁଃଖଦ କଥା ହେଉଛି, ବାବୁଲାଙ୍କ ଝିଅକୁ ମାତ୍ର ମାସେ ପୂରିଛି। ଏଭଳି ସମୟରେ ବାପାଙ୍କୁ ହରାଇ ଶିଶୁଟି ବାପାଛେଉଣ୍ଡ ହୋଇଯାଇଛି। ଏହି ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଅନ୍ୟପକ୍ଷରେ, ବନ ବିଭାଗର ନଜର ଏଡ଼ାଇ ଜଙ୍ଗଲୀ ଜନ୍ତୁ ଶିକାର ପାଇଁ ଶିକାରୀମାନେ ଜଙ୍ଗଲରେ ଫାଶ ବିଛାଉଥିବା ଅଭିଯୋଗ ହେଉଛି। ଏଭଳି ବେଆଇନ ଶିକାର ଯୋଗୁ ଜଙ୍ଗଲୀ ଜନ୍ତୁଙ୍କ ସହ ମଣିଷଙ୍କ ଜୀବନ ମଧ୍ୟ ବିପଦରେ ପଡ଼ୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?