ବିବାହର ମିଛ ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ କରିଥିଲେ ଗର୍ଭବତୀ, ମିଳିଲା ଏମିତି ଦଣ୍ଡ

ବରଗଡ଼,୩୦।୧୦(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇକମାଳ ଥାନା ଅଞ୍ଚଳର ଜଣେ ନାବାଳିକା(୧୬)ଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ବରଗଡସ୍ଥିତ ପୋକ୍ସୋ କୋର୍ଟର ସତନ୍ତ୍ର ବିଚାରପତି ଏହି ମାମଲାର ଶୁଣାଣି କରି ଅଭିଯୁକ୍ତ ସରୋଜ ବରିହାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ୨୦ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏହା ସହିତ ୨୦ହଜାର ଟଙ୍କା ଜୋରିମାନା ଆଦେଶ ଦିଆଯାଇଛି। ଜୋରିମାନା ଅନାଦେୟ ହେଲେ କାରାଦଣ୍ଡ ଅଧିକ ୬ମାସ ବୃଦ୍ଧି ହେବ ବୋଲି ଆଦେଶ ରହିଛି। ସେହିପରି ପୀଡିତାଙ୍କୁ ୧୧ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବା ଦିଗରେ ବିହିତ ପଦକ୍ଷେପ ନେବା ପାଇଁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରକାଶ ଥାଉକି, ଗତ ୨୦୨୨ ମସିହାରେ ତାଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଅଭିଯୁକ୍ତ ସରୋଜ ବରିହା ଶାରୀରିକ ସମ୍ପର୍କ ରଖିଥିଲେ। ତେବେ ଗର୍ଭବତୀ ହେବା ଜାଣିବା ପରେ ଅଭିଯୁକ୍ତ ଅନ୍ୟତ୍ର ପଳାଇ ଯାଇଥିଲେ ବୋଲି ନାବାଳିକା ତାଙ୍କ ପରିବାର ସହିତ ପାଇକମାଳ ଥାନାକୁ ଆସି ୨୦୨୨ ମସିହା ଫେବୃଆରୀ ମାସ ୨୧ତାରିଖ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ-୩୬/୨୨) ରୁଜୁ କରି ତଦନ୍ତ କରିଥିଲା। ୨୦୨୨ ମସିହା ଜୁନ ମାସ ୨୭ତାରିଖ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ଏବଂ ସେଠାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିଲା। ବରଗଡ଼ ପୋକ୍ସୋ କୋର୍ଟରେ ଏହି ମାମଲାର ବିଚାର ପ୍ରକିୟା ଚାଲିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri