Posted inଜାତୀୟ

ମୋଦି, ଯୋଗୀଙ୍କୁ ପ୍ରଶଂସା କରିବାରୁ ସ୍ତ୍ରୀଙ୍କୁ ତିନି ତଲାକ୍‌ ଦେଲେ ସ୍ବାମୀ

ବହରାଇଚ,୨୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିବା ଉତ୍ତରପ୍ରଦେଶ ବହରାଇଚ ଜିଲା ମହୋଲ୍ଲା ସରାୟରେ ରହୁଥିବା ମରିୟମ ନାମ୍ନୀ ଜଣେ ମୁସଲମାନ ମହିଳାଙ୍କୁ ଭାରି ପଡ଼ିଛି।

ମରିୟମଙ୍କ ଉପରେ ତାଙ୍କ ସ୍ବାମୀ ଅର୍ସଦ ଗରମ ଡାଲି ପକାଇବା ସହ ତାଙ୍କୁ ଟ୍ରିପଲ ତଲାକ୍‌ ଦେଇଛନ୍ତି। ଶନିବାର ବହରାଇଚ ଜିଲା ଜରଓ୍ବାଲ ରୋଡ୍‌ ଥାନାରେ ଅଭିଯୋଗ କରି ପୀଡ଼ିତା କହିଛନ୍ତି, ଟ୍ରିପଲ ତଲାକ୍‌ ଦେବା ପୂର୍ବରୁ ତାଙ୍କ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ତାଙ୍କୁ ମାଡ଼ ମାରିବା ସହ ବହୁ ଅତ୍ୟାଚାର କରିଥିଲେ। ଏପରିକି ଶାଶୁ, ନଣନ୍ଦ ଓ ଦିଅର ମିଶି ତାଙ୍କୁ ଗଳା ଚିପି ହତ୍ୟା କରିବାକୁ ପ୍ରୟାସ କରିଥିଲେ।

ଅଯୋଧ୍ୟାର କୋଟ୍‌ଓ୍ବଲି ନଗରରେ ରହୁଥିବା ଅର୍ସଦଙ୍କ ସହ ଗତବର୍ଷ ଡିସେମ୍ବର ୧୩ରେ ମରିୟମଙ୍କ ବିବାହ ହୋଇଥିଲା। ତେବେ ବିବାହ ପରେ ମରିୟମ ଅଯୋଧ୍ୟା ଧାମ ଭ୍ରମଣ କରୁଥିଲେ, ସେତେବେଳେ ଅଯୋଧ୍ୟାର ରାସ୍ତା, ସୌନ୍ଦର୍ଯ୍ୟକରଣ, ବିକାଶ ଏବଂ ପରିବେଶ ତାଙ୍କୁ ପ୍ରଭାବିତ କରିଥିଲା। ସେଥିପାଇଁ ସେ ସ୍ବାମୀ ଅର୍ସଦଙ୍କ ସମ୍ମୁଖରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଯୋଗୀ ଆଦିତ୍ୟନାଥଙ୍କ ପ୍ରଶଂସା କରିଥିଲେ।

ଏଥିରେ ଅର୍ସଦ କ୍ଷୁବ୍ଧ ହୋଇ ମୋଦି, ଯୋଗୀଙ୍କ ବିରୋଧରେ ଅପଶବ୍ଦ ପ୍ରୟୋଗ କରିବା ସହ ମରିୟମଙ୍କୁ ତଲାକ୍‌, ତଲାକ୍‌, ତଲାକ୍‌ କହି ତାଙ୍କୁ ତିନି ତଲାକ୍‌ ଦେଇଥିଲେ ବୋଲି ଜରଓ୍ବାଲ ରୋଡ୍‌ ଥାନାର ଇନ୍‌ସ୍ପେକ୍ଟର ବ୍ରିଜଲାଲ ପ୍ରସାଦ କହିଛନ୍ତି।

କେବଳ ସ୍ବାମୀ ଅର୍ସଦ ନୁହନ୍ତି, ତାଙ୍କ ଶାଶୁ, ଶ୍ୱଶୁର, ନଣନ୍ଦ ଓ ଦିଅରଙ୍କ ବିରୋଧରେ ମଧ୍ୟ ମରିୟମ ଅଭିଯୋଗ କରିଥିବା ସେ କହିଛନ୍ତି। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ଜରଓ୍ବାଲ ରୋଡ୍‌ ପୋଲିସ ଶନିବାର ଅର୍ସଦଙ୍କୁ ମିଶାଇ ତାଙ୍କ ପରିବାରର ୮ ସଦସ୍ୟଙ୍କ ବିରୋଧରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ବିସ୍ଫୋରଣ! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

ଗ୍ରହଣ ସମୟରେ ଭଗବାନଙ୍କ ମୂର୍ତ୍ତୀ ଛୁଇଁବାକୁ କାହିଁକି ବାରଣ କରାଯାଏ? ସତ ଜାଣିଲେ…

ଶ୍ରାବଣର ପବିତ୍ର ମାସ ଭଗବାନ ଶିବଙ୍କ ଆରାଧନା ପାଇଁ ଅତ୍ୟନ୍ତ ଖାସ୍ ବୋଲି ମାନାଯାଏ। ଏହି ସମୟରେ ସାରା ଦେଶର ଶିବ ମନ୍ଦିରଗୁଡ଼ିକରେ ଭକ୍ତଙ୍କ ଭିଡ଼ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri