ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ ବ୍ୟକ୍ତି ଜଣକ ସ୍ଥାନୀୟ ଦେବଳା ଗ୍ରାମର ଭିକାରୀ ଦାଶ ବୋଲି ଜଣାଯାଇଛି । ଖବର ପାଇବା ମାତ୍ରେ ପଟ୍ଟାମୁଣ୍ଡାଇ ଅଗ୍ନିଶମ ବାହିନୀର କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଁଚି ନଦୀରେ ବ୍ୟାପକ ଖୋଜାଖୋଜି ଜାରି ରଖିଛନ୍ତି । ନଦୀରେ ପ୍ରବଳ ସ୍ରୋତ ଥିବାରୁ ସନ୍ଧାନ କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବା ଜଣାପଡ଼ିଛି । ଖବର ଲେଖାହେବା ପର୍ଯ୍ୟନ୍ତ ନିଖୋଜ ବ୍ୟକ୍ତିଙ୍କର କୌଣସି ସନ୍ଧାନ ମିଳିପାରି ନାହିଁ ।
ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଘରୋଇ କଳହରୁ ଅତିଷ୍ଠ ହୋଇ ଭିକାରୀ ଏପରି ଚରମ ପଦକ୍ଷେପ ନେଇଥାଇପାରନ୍ତି । ତେବେ ଅନ୍ୟ କେତେକ ପ୍ରତ୍ୟକ୍ଷଦର୍ଶୀଙ୍କ ମତରେ, ବୁଧବାର ପୁର୍ବାହ୍ନରେ ସେ ପୋଲ ଉପରେ ଛିଡ଼ା ହୋଇ ନଦୀରେ ମାଛ ଧରା ଦେଖୁଥିବା ସମୟରେ ଅସାବଧାନତା ବଶତଃ ହଠାତ୍ ନଦୀ ଭିତରକୁ ଖସିପଡ଼ିଥିଲେ। ଏହା ଦେଖି ଲୋକେ ଚଉଦକୁଲାଟ ଫାଣ୍ଡିକୁ ଖବର ଦେଇଥିଲେ । ପାଣ୍ଡି ଅଧିକାରୀ ନୃସିଂହ ମହନ୍ତି ଘଟଣା ସମ୍ପର୍କରେ ଖବର ପାଇବା ମାତ୍ରେ ପଟ୍ଟାମୁଣ୍ଡାଇ ଅଗ୍ନିଶମ ବାହିନୀକୁ ଅବଗତ କରିଥିଲେ । ଅଗ୍ନିଶମ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଁଚି ନଦୀରେ ବ୍ୟାପକ ଖୋଜାଖୋଜି ଜାରି ରଖିଛନ୍ତି।

ଭିକାରୀଙ୍କ ସାନ ଭାଇ ପ୍ରମୋଦଙ୍କ କହିବା ଅନୁସାରେ, ସେ ସବୁଦିନ ସକାଳେ ନଦୀ ଆଡକୁ ଆସନ୍ତି ବୁଲାବୁଲି କରି ଘରକୁ ଫେରନ୍ତି । ମାତ୍ର ବୁଧବାର ସେ ଆସି ଆଉ ଘରକୁ ଫେରିନଥିଲେ । ପରେ ଏପରି ଅଘଟଣ କଥା ଶୁଣିଲୁ ବୋଲି ସେ କହିଛନ୍ତି । ଏହି ଘଟଣା ସ୍ଥାନୀୟ ଅଂଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି । ପାଖ ଲୋକଙ୍କ କହିବା ଅନୁସାରେ, ଗତ ଦୁଇ ବର୍ଷ ତଳେ ଏହି ବ୍ରାହ୍ମଣୀ ନଦୀରେ ବୁଡ଼ି ଭିକାରୀଙ୍କ ଏକମାତ୍ର ପୁଅଙ୍କର ମଧ୍ୟ କରୁଣ ମୃତ୍ୟୁ ଘଟିଥିଲା। ପୁଅକୁ ହରାଇବା ପରଠାରୁ ପରିବାରଟି ଗଭୀର ମାନସିକ ଆଘାତରେ ଥିବା ବେଳେ ପୁଣି ଏହି ଅପ୍ରତ୍ୟାଶିତ ଦୁର୍ଘଟଣା ପରିବାର ତଥା ସମଗ୍ର ଗ୍ରାମବାସୀଙ୍କୁ ସ୍ତବ୍ଧ କରିଦେଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି…

ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି

ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ…

ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପ୍ରଥମ ମ୍ୟାଚ୍‌ରେ ମାଲେସିଆକୁ ଭେଟିବ ଭାରତ

ଭୋପାଳ,୧୮।୧୧: ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜନରେ ଚମତ୍କାର ଫର୍ମରେ ଥିବା ଭାରତୀୟ ଦଳ ଟୁର୍ନାମେଣ୍ଟ ଜିତିବା…

ବାତ୍ୟା ଅକ୍ବାନ: ଝିପିଝିପି ବର୍ଷା ଆରମ୍ଭ, ଦୁର୍ଗମ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର ଜାରି

ପାତ୍ରପୁର,୧୮ା୧୧(ଉମା ଚରଣ ନେପାକ): ସମ୍ଭାବ୍ୟ ବାତ୍ୟା ଅକ୍ବାନକୁ ନେଇ ପାତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି । ପାହାଡ଼ିଆ ଓ ନଦୀ ଅବବାହିକାରେ…

ହକି ଇଣ୍ଡିଆ ନିର୍ବାଚନ ସ୍ଥଗିତ: ଅନ୍ତରୀଣ ରହିତାଦେଶ ହଟାଇବାକୁ ହୋଇଥିବା ଆବେଦନ ଖାରଜ କଲେ ହାଇକୋର୍ଟ

କଟକ,୧୮।୧୧: ହକି ଇଣ୍ଡିଆ ନିର୍ବାଚନ ପ୍ରକ୍ରିୟାକୁ ସ୍ଥଗିତ ରଖିଛନ୍ତି ମାନ୍ୟବର ଓଡ଼ିଶା ହାଇକୋର୍ଟ । ନିର୍ବାଚନ ଉପରେ ପୂର୍ବରୁ ଲାଗିଥିବା ଅନ୍ତରୀଣ ରହିତାଦେଶକୁ ପ୍ରତ୍ୟାହାର କରିବା ପାଇଁ…

ସାନ ନଦୀରେ ବଢ଼ିଛି ଜଳସ୍ତର, ଗାଧୋଇବାକୁ ଯାଇ ନିଖୋଜ ସନ୍ତୋଷ

ଗୁଡାରି,୧୮।୧୧(ପ୍ରମୋଦ କୁମାର ପତି): ଗୁଡାରି ବ୍ଲକ ଅନ୍ତର୍ଗତ ଏମ କେ ରାଇ ଗ୍ରାମପଂଚାୟତର ମେରିଆପାଙ୍ଗା ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ସନ୍ତୋଷ ପାଲକା (୩୯) ଗ୍ରାମ…

ମାଡ଼ି ଆସୁଛି ବାତ୍ୟା: ହାଇ ଆଲର୍ଟରେ ରାଜ୍ୟ ପ୍ରଶାସନ,୨୪ ଘଣ୍ଟିଆ ଡ୍ୟୁଟିରେ ୧୦ ବରିଷ୍ଠ IAS ଅଧିକାରୀ

ଭୁବନେଶ୍ୱର,୧୮ା୧୧: ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ସଫଳ ମୁକାବିଲା ତଥା ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି । ପରିସ୍ଥିତି…

ଜେଜିଲା ମଦ ବିରୋଧୀ ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ମହିଳା

କୋରାପୁଟ,୧୮।୧୧(ଅମିତାଭ ବେହେରା): ଗ୍ରାମାଞ୍ଚଳରେ ଦେଶୀ ଓ ବିଦେଶୀ ମଦ ବିକ୍ରି ବନ୍ଦ ଦାବିରେ କୋରାପୁଟ ଜିଲା କୋଟପାଡ଼ ବ୍ଲକର ଭନସୁଲି ଓ ସେମଳା ପଞ୍ଚାୟତର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?