ବାର୍‌ରେ ୩୫ ହଜାର ବିଲ୍‌କୁ ନେଇ ସାଙ୍ଗଙ୍କ ସହ ମନିଷଙ୍କ ହୋଇଥିଲା ବଚସା

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନିଷ ଅନୁରାଗଙ୍କ ମୃତ୍ୟୁ ଦିନକୁ ଦିନ ରହସ୍ୟ ଘେରକୁ ଚାଲି ଯାଉଛି। ତଦନ୍ତରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ମନିଷଙ୍କର ଦୁଇ ସାଙ୍ଗ ମୃତ୍ୟୁଞ୍ଜୟ ମିଶ୍ର ଓ ଦୀନେଶ ମହାପାତ୍ରଙ୍କୁ ଅଟକ ରଖି ପୋଲିସ ତାଙ୍କୁ ପଚରାଉଚରା କରୁଛି। ତେବେ ଘଟଣାଦିନ ରାତିରେ ଖାଇବା ବିଲ୍‌କୁ ନେଇ ସେମାନଙ୍କ ମଧ୍ୟରେ ଝଗଡ଼ା ହୋଇଥିବା ଜଣାପଡ଼ିଛି। ପାଟିତୁଣ୍ଡ ହେବା ପରେ ବାର୍‌ କର୍ତ୍ତୃପକ୍ଷ ମନିଷଙ୍କ ଫୋନକୁ ବନ୍ଧକ ରଖିଥିଲେ। ପରେ ସେ ଘରକୁ ଫୋନ କରି ୩୫ ହଜାର ଟଙ୍କା ଆଣି ବିଲ ଦେଇଥିଲେ। ବିଲ୍‌ ଦେବା ପରେ ସେ ଏକୁଟିଆ ବାହାରି ଚାଲି ଆସିଥିଲେ। ଏହା ସିସିଟିଭି ଫୁଟେଜରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ମନୀଷ ଗତ ଶନିବାର ସନ୍ଧ୍ୟାରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଫୋନ କରିଥିଲେ। ସେ ସାଙ୍ଗଙ୍କ ସହ ଅଛନ୍ତି ଘଣ୍ଟେ ଭିତରେ ଫେରିବେ ବୋଲି କହିଥିଲେ। କିଛି ଟଙ୍କା ଦରକାର ଥିବାରୁ ମା’ ଫୋନ୍‌ ପେ ଜରିଆରେ ତାଙ୍କୁ ଦୁଇ ଥରରେ ୮ହଜାର ଟଙ୍କା ପଠାଇଥିଲେ। ଭୋର୍‌ ୪ଟା ୧୨ରୁ ତାହା ସୁଇଚ୍‌ ଅଫ୍‌ ହୋଇଯାଇଥିଲା। ରବିବାର ସକାଳେ ପରିବାର ଲୋକେ ଖୋଜାଖୋଜି କରି ନ ପାଇବାରୁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅପହରଣ ମାମଲା ରୁଜୁ କରି ଖୋଜା ଖୋଜି କରିବା ସମୟରେ ଇନ୍‌ଫୋସିଟି ଛକ ନିକଟରୁ ତାଙ୍କ କାର୍‌ ମିଳିଥିଲା। ପରେ ଅପରାହ୍ନ ୨ଟାରେ ପାତ୍ରପଡ଼ା ଗାଁ ପୋଖରୀରୁ ତାଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଜବତ କରି ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri