Posted inଜାତୀୟ

ପରିବାର ଲୋକଙ୍କ ସହ ମିଶି ପ୍ରେମିକଙ୍କୁ କରିଥିଲେ ହତ୍ୟା: ପ୍ରେମିକାଙ୍କ ସହ ମା’ଙ୍କୁ ଗିରଫ କଲା ପୋଲିସ

ମଥୁରା,୧।୩: ଉତ୍ତରପ୍ରଦେଶର ମଥୁରାର ଏକ ରାସ୍ତା କଡ଼ରୁ ଜଳନ୍ତା କାର୍‌ ସହ ପୋଡି ଯାଇଥିବା ଜଣେ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିଲା। ପୋଲିସ ତଦନ୍ତ ପରେ ଘଟଣାର ପର୍ଦ୍ଦାଫାଶ କରିଛି। ଏହା ଏକ ସୁପରିକଳ୍ପିତ ହତ୍ୟା କାଣ୍ଡ ବୋଲି ପୋଲିସ କହିଛି। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଯୁବକଙ୍କ ୨୦ ବର୍ଷୀୟା ପ୍ରେମିକା ଏବଂ ପ୍ରେମିକାଙ୍କ ମା’ଙ୍କୁ ଗିରଫ କରିଛି। ଘଟଣାର ମୁଖ୍ୟ ମାଷ୍ଟରମାଇଣ୍ଡ ପ୍ରେମିକାଙ୍କ ବାପା ଫେରାର ଥିବା ପୋଲିସ କହିଛି।

ମୃତକ ଯୁବକ ହେଲେ ପୁଷ୍ପେନ୍ଦ୍ର ଯାଦବ। ପୁଷ୍ପେନ୍ଦ୍ର ଆଗ୍ରାରେ ଟ୍ରାନ୍ସପୋର୍ଟ ବେପାର କରୁଥିଲେ। ପୁଷ୍ପେନ୍ଦ୍ର ଏବଂ ୨୦ ବର୍ଷୀୟା ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ରହିଥିଲା। ହେଲେ ଯୁବତୀଙ୍କ ପରିବାର ଲୋକେ ଏହାକୁ ନେଇ ଖୁସି ନ ଥିଲେ। ସେମାନେ ପୁଷ୍ପେନ୍ଦ୍ରଙ୍କୁ ରାସ୍ତାରୁ ହଟାଇବାକୁ ଏକ ଯୋଜନା ପ୍ରସ୍ତୁତ କରିଥିଲେ। ଝିଅଙ୍କ ଜରିଆରେ ପରିବାର ଲୋକେ ପୁଷ୍ପେନ୍ଦ୍ରଙ୍କୁ ଘରକୁ ଡାକିଲେ। ପରେ ପରିବାର ଲୋକେ ମିଶି ପୁଷ୍ପେନ୍ଦ୍ରଙ୍କୁ ପିଟିପିଟି ହତ୍ୟା କରିଥିଲେ। ଏହାକୁ ଏକ ଦୁର୍ଘଟଣାର ରୂପ ଦେବାକୁ ଯାଇ ପରିବାର ଲୋକେ ଏକ କାର୍‌ରେ ମୃତଦେହ ରଖି କିଛି ଦୂରକୁ ନେଇଯାଇ କାରରେ ନିଆଁ ଲାଗାଇ ଦେଇଥିଲେ। ପରବର୍ତ୍ତି ସମୟରେ ପୋଲିସ ଜଳନ୍ତା କାର୍‌ ସହ ପୋଡି ଯାଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଥିଲା।

ସୂଚନା ଯୋଗ୍ୟ, ପ୍ରେମିକାଙ୍କ ବାପାଙ୍କ ନାମରେ ପୂର୍ବରୁ ଅପହରଣ,ଦାଦାବଟି ଆଦାୟ, ହତ୍ୟା ପରି ବହୁ ମାମଲା ରହିଥିବା ଜଣାପଡିଛି। ଏହି ହତ୍ୟା କାଣ୍ଡରେ ପ୍ରେମିକାଙ୍କ ସମ୍ପର୍କୀୟ ମଧ୍ୟ ସାମିଲ ଥିବା ଜଣାପଡିଛି। ପୋଲିସ ସେମାନଙ୍କୁ ଗିରଫ କରିବା ପାଇଁ ଉଦ୍ୟମ ଚଲାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri