ଆମେରିକୀୟ ସେନାର ଖବରୀଙ୍କୁ ଆମେରିକାରେ ଗୁଳି କରି ହତ୍ୟା

ଓ୍ବାଶିଂଟନ୍‌,୯।୭: ଆମେରିକାର ୱାଶିଂଟନରେ ଆଫଗାନିସ୍ତାନର ଜଣେ ଯୁବକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଯୁବକ ଜଣକ ଆଫଗାନିସ୍ତାନରେ ରହୁଥିବାବେଳେ ଆମେରିକୀୟ ସେନାକୁ ସାହାଯ୍ୟ କରୁଥିଲେ। ତେବେ ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ଆଫଗାନିସ୍ତାନ ଯୁବକ ଆମେରିକାରେ ପଳାଇ ଆସିଥିଲେ। ଯୁବକ ଜଣକ ହେଲେ ଅହମ୍ମଦ ୟାର (୩୧) ବୋଲି ଜଣାପଡିଛି।

ନ୍ୟୁୟର୍କ ପୋଷ୍ଟ ରିପୋର୍ଟ ଅନୁଯାୟୀ, ଅହମ୍ମଦ ୟାରଙ୍କ ସମସ୍ତ ପରିବାର ଆଫଗାନିସ୍ତାନରେ ରୁହନ୍ତି। ସେ ଆମେରିକା ଆସିବା ପରେ ଏକ ରାଇଡ-ସେୟାର ଡ୍ରାଇଭର ଭାବରେ କାମ କରୁଥିଲେ। ଗତ ସୋମବାର ରାତିରେ ସେ ଗାଡି ଚଳାଇ ୱାଶିଂଟନ ରାସ୍ତାରେ ଯାଉଥିଲେ। ସେହି ସମୟରେ ଜଣେ ଦୃର୍ବୃତ୍ତ ତାଙ୍କୁ ଗୁଳି କରି ହତ୍ୟା କରିଥିଲା।

ଅହମ୍ମଦଙ୍କ ହତ୍ୟା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଏପର୍ଯ୍ୟନ୍ତ ପୋଲିସ କାହାକୁ ଗିରଫ କରିନାହିଁ। ପୋଲିସର ସୂଚନାନୁସାରେ, ଘଟଣାସ୍ଥଳରେ ଚାରିଜଣ ବ୍ୟକ୍ତି ଦୌଡୁଥିବାର ସିସିଟିଭିରେ କଏଦ ହୋଇଛି। ଏହି ମାମଲାରେ, ଯିଏ ସନ୍ଦିଗ୍ଧ ବ୍ୟକ୍ତିଙ୍କ ବିଷୟରେ ସୂଚନା ଦେବ ତାଙ୍କୁ ପୋଲିସ ୨୫ହଜାର ଡଲାର ପୁରସ୍କାର ପ୍ରଦାନ କରିବ ବୋଲି ଘୋଷଣା କରିଛିି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri