ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ୩୧ ଖଣ୍ଡ, ମାଟିତଳୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ

ନବରଙ୍ଗପୁର,୨୫।୧୧(ସଦାଶିବ ପ୍ରହରାଜ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ଥାନା ଅଞ୍ଚଳରୁ ଶନିବାର ଜଣେ ଯୁବତୀଙ୍କ ମୃତଦେହ ମାଟିତଳୁ ମିଳିଛି। ତାଙ୍କୁ ୩୧ ଖଣ୍ଡ କରି କାଟି ପ୍ରେମିକ ପୋତି ଦେଇଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି। ରାଇଘର ପୋଲିସ ମାଟିତଳୁ ମୃତଦେହ ଜବତ କରିଛି। ମୃତକ ହେଲେ ବାଗବେଢ଼ା ଗ୍ରାମର ତିଲା ଗଣ୍ଡ (୨୩)। ପ୍ରେମ ସମ୍ପର୍କରୁ ତାଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି।

ସୂଚନା ଅନୁଯାୟୀ ତିଲାଙ୍କର ମୁରୁମଡିହି ଗ୍ରାମର ଚନ୍ଦ୍ର ରାଉତଙ୍କ ସହ ପ୍ରେମ ସମ୍ପର୍କ ଥିଲା। ରାଇଘର ପୋଲିସ ନମ୍ବର ୨୦୬/୨୩ରେ ମାମଲା ରୁଜୁକରି ଘଟଣାର ତଦନ୍ତ ସହ ଚନ୍ଦ୍ର ଓ ତାଙ୍କ ସ୍ତ୍ରୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ତିଲା ବୁଧବାର ଅପରାହ୍ନରୁ ଘରୁ କେଉଁଆଡେ ପଳାଇ ଯାଇଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରି ପାଇ ନ ଥିଲେ। ଏହା ମଧ୍ୟରେ ଶନିବାର ମୁରମଡ଼ିହି ଜଙ୍ଗଲରେ ରକ୍ତ ଛିଟା ଦେଖି କେତେଜଣ ଲୋକ ଗ୍ରାମବାସୀଙ୍କୁ ଜଣାଇଥିଲେ। ଏହି ଖବର ପ୍ରଚାରିତ ହେବା ପରେ ତିଲାଙ୍କ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ।ରାଇଘର ପୋଲିସ ଓ ସାଇଣ୍ଟଫିକ୍‌ ଟିମ୍‌ ମଧ୍ୟ ଜଙ୍ଗଲରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ମାଟି ତଳୁ ତିଲାଙ୍କ ମୃତଦେହର ଖଣ୍ଡବିଖଣ୍ଡିତ ଅଂଶ ପୋଲିସ ଜବତ କରିଛି।

ଘଟଣାସ୍ଥଳରୁ କଟୁରି, କାଠ ଖଣ୍ଡ ଓ ଶାଢ଼ି ଜବତ କରାଯାଇଥିବା ପୋଲିସ କହିଛି। ପୂର୍ବରୁ ବିବାହିତ ଓ ୫ ସନ୍ତାନ ଥିବା ଚନ୍ଦ୍ରଙ୍କ ସହ ତିଲାଙ୍କର ପ୍ରେମ ସମ୍ପର୍କ ଥିଲା। ଯାହାକୁ ନେଇ ଚନ୍ଦ୍ର ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହୁଥିଲା। ତେଣୁ ତିଲାଙ୍କୁ ଚନ୍ଦ୍ର ଓ ତାଙ୍କ ସ୍ତ୍ରୀ ହତ୍ୟାକରି ମୃତଦେହକୁ କାଟି ପୋତି ଦେଇଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ କହିଛି। ଚନ୍ଦ୍ର ଓ ତାଙ୍କ ସ୍ତ୍ରୀଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି। ପୋଲିସ ମୃତଦେହ ବ୍ୟବଚ୍ଛେଦକରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପରିବାର ଲୋକେ ଓ ବାଗବେଢ଼ା ଗ୍ରାମବାସୀ ତିଲାଙ୍କ ମୃତଦେହ ଚନ୍ଦ୍ରଙ୍କ ଘର ଆଗରେ ପୋତିବାକୁ ଜିଦ୍‌ ଧରି ବସିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରୁଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୧ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଛି। ଉମରକୋଟରୁ ଅଧିକ ଫୋର୍ସ ମଗାଯାଇଥିବା ପୋଲିସ ସୂଚନା ଦେଇଛି। ଥାନାଧିକାରୀ ରଘୁନାଥ ମାଝି ଓ ଏସ୍‌ଡିପିଓ ଆଦିତ୍ୟ ସେନ ଘଟଣାର ଅଧିକ ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri