Posted inଜାତୀୟ

ପ୍ରେମ ପାଇଁ ଯୁବକଙ୍କୁ ହତ୍ୟା

କର୍ନାଟକ,୨୪।୧୦: ଅନ୍ୟ ଧର୍ମରେ ବିଶ୍ୱାସ କରୁଥିବା ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ପାଇଁ ୩୪ ବର୍ଷୀୟ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ଯୁବତୀଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ କର୍ନାଟକର ସିନଦ୍‌ଗି ତାଲୁକରୁ ସାମ୍ନାକୁ ଆସିଛି ଏହି ଘଟଣା।

“ମୋ ବୟପ୍ରେଣ୍ଡଙ୍କ ଜୀବନ ପ୍ରତି ବିପଦ ଅଛି। ତାଙ୍କୁ ହତ୍ୟା କରାଯାଇପାରେ। ମୋ ପରିବାର ଲୋକେ ତାଙ୍କର କ୍ଷତି କରିବେ। ଦୟାକାରି ତାଙ୍କୁ ବଞ୍ଚେଇ ଦିଅ” ବୋଲି ଯୁବତୀ ଜଣଙ୍କ ଶୁକ୍ରବାର ସକାଳେ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ କରି କହିଥିଲେ। ଏହାପରେ ତୁରନ୍ତ ତାଙ୍କୁ ସୁରକ୍ଷା ଦୃଷ୍ଟିରୁ ଥାନାକୁ ଅଣାଯାଇଥିଲା। କିନ୍ତୁ ତାଙ୍କ ବୟଫ୍ରେଣ୍ଡଙ୍କୁ ବଞ୍ଚା ଯାଇପାରି ନାହିଁ। ଗାଁ ପାଖ ପୋଖରିରେ ତାଙ୍କ ମୃତଦେହ ମିଳିଛି। ମୃତକ ଗୁରୁବାରଠାରୁ ନିଖୋଜ ଥିଲେ। ଏ ସମ୍ପର୍କରେ ଶୁକ୍ରବାର ଥାନାରେ ଅଭିଯୋଗ ମଧ୍ୟ ହୋଇଥିଲା।

ମହିଳାଙ୍କ ବାପା ଓ ବଡ଼ ଭାଇ ଫେରାର ଥିବାରୁ ତାଙ୍କ ମାମୁ ଓ ସାନ ଭାଇଙ୍କୁ ପଚରାଉଚରା କରିଥିଲୁ। ସେମାନଙ୍କ ଠାରୁ ସୂଚନା ପାଇବା ପରେ ଗାଁ ପାଖ ପୋଖରିରୁ ରବିଙ୍କ ମୃତଦେହ ମିଳିଥିଲା। ରବି ୪ ବର୍ଷ ହେଲା ୨୪ ବର୍ଷୀୟା ଯୁବତୀଙ୍କ ସହ ରିଲେଶନଶିପ୍‌ରେ ଥିଲେ। ଯୁବତୀଙ୍କ ଠାରୁ ଦୂରେଇ ରହିବା ପାଇଁ ପରିବାର ଲୋକ ଅନେକ ଥର ତାଙ୍କୁ ଧମକ ଦେଇଥିଲେ ବୋଲି ବିଜୟପୁରା ଏସ୍‌ପି ଏଚ୍‌ ଡି ଆନନ୍ଦ କହିଛନ୍ତି। ମୃତକ ଗୁରୁବାର ସଉଦା କିଣିବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ଖୋଜାଖୋଜି କରିବା ପରେ ପାଖ ପଡ଼ିଆରେ ତାଙ୍କ ଚପଲ ଓ ପୋଷାକ ମିଳିଥିଲା। ଏହାପରେ ମଧ୍ୟ ରବି ନ ମିଳିବାରୁ ତାଙ୍କ ପରିବାର ପକ୍ଷରୁ ଥାନାରେ ନିଖୋଜ ଅଭିଯୋଗ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri