ବିଲରୁ ଘରକୁ ଫେରୁଥିଲେ, ଧକ୍କା ଦେଲା ହାଇଓ୍ବା: ଚାଲିଗଲା ଜଣଙ୍କ ଜୀବନ

ପାଟଣା,୧୩।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇ ପୋଷି ପାଟଣା ରାସ୍ତାର ଟାଙ୍ଗର ପଡ଼ା ପୋଖରୀ ନିକଟରେ ଏକ ୧୨ ଚକିଆ ହାଇୱା ଧକ୍କାରେ ଜଣେ ୪୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଶନିବାର ସକାଳୁ କ୍ଷତିପୂରଣ ଦାବି ସହ ଅଙ୍କୁରାକ୍ରସର ଉଚ୍ଛେଦ, ଦୁର୍ଘଟଣା ଘଟାଇଥିବା ଡ଼୍ରାଇଭରଙ୍କ ଗିରଫ, ହାଇୱା ଜବତ ଦାବି ହୋଇଛି। ପାଟଣା କେନ୍ଦେଇ ପୋଷି ରାସ୍ତାର ଟାଙ୍ଗରପଡା ଛକ ଉପରେ ଟାୟାରଜାଳି ଓ କାଠଗଣ୍ଡୀ ପକାଇ ରାସ୍ତା ଅବରୋଧ ସହ ମୃତ ଅନିଲଙ୍କ ଘର ସମ୍ମୁଖ ରାସ୍ତାରେ ପରିବାର ଲୋକେ କାଠଗଣ୍ଡୀ ପକାଇ ରାସ୍ତା ଅବରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ବସ ସହ ଯାନବାହନ ଉଭୟ ପାଶର୍‌ବରେ ଅଟକି ରହିଛି। ଘଟଣାସ୍ଥଳରେ ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼, ଏସଆଇ ଲକ୍ଷ୍ମଣ ମାଝି ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରାଇଥିଲେ। କିନ୍ତୁ ଉତ୍ତ୍ୟକ୍ତ ଲୋକେ ରାସ୍ତା ଅବରୋଧ ଜାରି ରଖିଛନ୍ତି। ସୂଚନାଯୋଗ୍ୟ ଯେ, ଶୁକ୍ରବାର ସା ୬.୩୦ମୃତକ ଅନିଲ କୁମାରସେଠୀ ୧୦ବର୍ଷ ର ପୁଅ ସହ ବିଲରୁ ଘରକୁ ଫେରୁଥିବା ବେଳେ ଟାଙ୍ଗରପଡ଼ା ହୁଡ଼ି ନିକଟ ପୋଖରୀ ପାଖରେ ପଛ ପାର୍ଶ୍ୱରୁ ଏକ ହାଇୱା ଧକ୍କା ଦେବାରୁ ଅନିଲଙ୍କ ମୃତ୍ୟୁ ଘଟିଥିଲ। ଖବର ଲେଖାଯିବା ସହ ଶବ ବ୍ୟବ ଛେଦ ହୋଇ କୁ ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?